www.samajalive.in
Saturday, December 6, 2025
23.1 C
Bhubaneswar

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାତୃ ବିୟୋଗ

ଭୁବନେଶ୍ଵର : ପରଲୋକରେ ଲୋଭାବତୀ ପରିଡା। ଆଜି ସକାଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆ ଲୋଭାବତୀ ପରିଡାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ବୟସାଧିକ କାରଣରୁ ସେ ଅସୁସ୍ଥ ହୋଇ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଆଜି ସକାଳେ ସେଠାରେ ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି। ଲୋଭାବତୀ ପୁରୀ ଜିଲ୍ଲା ନୂଆହାଟରେ ରହୁଥିଲେ। ସେ ଜଣେ ଧର୍ମ ପରାୟଣା ମହିଳା ଥିଲେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଥିଲେ ତାଙ୍କର ତୃତୀୟ ସନ୍ତାନ। ମୃତ୍ୟୁ ଖବର ପାଇ ମାଆଙ୍କ ଶେଷ ଦର୍ଶନ ଲାଗି ନିଜ ପୈତୃକ ଗାଁରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଲୋଭାବତୀଙ୍କ ମୃତ୍ୟୁ ଖବର ସାରା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ଉପମୁଖ୍ୟମନ୍ତ୍ରୀଙ୍କ ମାଆଙ୍କ ଦେହାନ୍ତରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିଛନ୍ତି।

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories