www.samajalive.in
Saturday, December 6, 2025
26.1 C
Bhubaneswar

ଯୌତୁକମୁକ୍ତ ରାଜ୍ୟ ହେବ ଓଡ଼ିଶା

ଭୁବନେଶ୍ବର : ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ; ଏହା ଏକ ସାମାଜିକ ବ୍ୟାଧି। ଯୌତୁକ ନିଷେଧ ଆଇନ ୧୯୬୧ ପ୍ରଣୟନର ୬୦ ବର୍ଷ ପରେ ମଧ୍ୟ ସମାଜରେ ଏବେ ବି ଯୌତୁକ ଦିଆନିଆ ‌ହେଉଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନ କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପଜିଲାପାଳ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶାକୁ ଏକ ଯୌତୁକମୁକ୍ତ ରାଜ୍ୟ ଭାବେ ପରିପ୍ରକାଶ କରିବା ନିମନ୍ତେ ମତ ରଖିଥିଲେ। ଉପଜିଲାପାଳଙ୍କ ତତ୍ତ୍ବାବଧାନରେ ତୃଣମୂଳସ୍ତରରେ ଏହି ପ୍ରସଙ୍ଗ ଉପରେ ଚର୍ଚ୍ଚା ଓ ଆଲୋଚନା ହେବାର ଆବଶ୍ୟକତା ଥିବା ସେ ଉଲ୍ଲେଖ କରିଛନ୍ତି।
ଯୌତୁକ ନିଷେଧ ଅଧିନିୟମ, ୧୯୬୧କୁ କଡ଼ାକଡ଼ି କାର୍ଯ୍ୟକାରୀ କରିବା ଏବଂ ଏହି ଆଇନର ଦୁରୁପଯୋଗକୁ ରୋକିବାରେ ଉପଜିଲାପାଳଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ। ଓଡ଼ିଶାରେ ଉପଜିଲାପାଳ ତଥା ସବ-ଡିଭିଜନାଲ ମାଜିଷ୍ଟ୍ରେଟମାନଙ୍କୁ ଯୌତୁକ ନିଷେଧ ଅଧିକାରୀ ଭାବେ ଘୋଷଣା କରାଯାଇଛି। ଏହି ଆଇନ ଅନୁଯାୟୀ ଯୌତୁକ ନିଷେଧ ଅଧିକାରୀଙ୍କୁ ଯୌତୁକ ମାମଲାରେ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା, ଅନୁସନ୍ଧାନ କରିବା ଏବଂ ପ୍ରମାଣ ସଂଗ୍ରହ କରିବାକୁ କ୍ଷମତା ପ୍ରଦାନ କରାଯାଇଛି।
ଡିଜିଟାଲ ଯୁଗରେ ସାମାଜିକ ଗଣମାଧ୍ୟମ ମାଧ୍ୟମରେ ଯୌତୁକ ଆଇନ ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ନିମନ୍ତେ ଉପମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବ ଶୁଭା ଶର୍ମା ଓ ବିଭାଗୀୟ ନିର୍ଦେଶିକା ମୋନିଷା ବାନାର୍ଜୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ୩୦ଟି ଜିଲାର ଉପଜିଲାପାଳ ଏବଂ ମୁଖ୍ୟବକ୍ତା ଭାବେ ଉଚ୍ଚ ନ୍ୟାୟାଳୟ ଆଇନଜୀବୀ ଦୀପକ ନରେନ୍ଦ୍ର ଯୋଗ ଦେଇଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories