www.samajalive.in
Friday, December 5, 2025
17.1 C
Bhubaneswar

ଜଙ୍ଗଲ ବାବୁଙ୍କ ଘରୁ ମିଳିଲାଣି ୧କୋଟି ୪୦ଲକ୍ଷ

ସମାଜ ଡିଜିଟାଲ ଡେସ୍କ: ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରୁ ପୁଳା ପୁଳା ଟଙ୍କା ଓ ସୁନାର ବିସ୍କୁଟ ଜବତ କରିଛି ଭିଜିଲାନ୍ସ ଟିମ୍‍ । ଜଙ୍ଗଲ ବାବୁଙ୍କ ସିକ୍ରେଟ୍‍ ଚାମ୍ବରରେ ୧କୋଟି ୪୦ଲକ୍ଷରୁ ଅଧିକ ନଗଦ ଟଙ୍କା ଜବତ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜରଙ୍କ ଘରେ ଆଜି ସକାଳେ ଚଢାଉ କରାଯାଇଛି । ରେଞ୍ଜରଙ୍କ ଘରୁ ଦେଡ କୋଟି ଟଙ୍କା ସହ ସୁନା ବିସ୍କୁଟ ଓ ଅଧ କେଜି ସୁନା କଏନ ଠାବ ହୋଇଥିବା ବେଳେ ଜୟପୁର ଓ ଭୁବନେଶ୍ୱରର ଏକକାଳୀନ ୬ଟି ସ୍ଥାନରେ ଚଢାଉ ଜାରି ରହିଛି । ସବୁଠାରୁ ବଡ କଥା ହେଉଛି ଡିସେମ୍ବର ମାସରେ ଅବସର ନେଇଥାନ୍ତେ ରାମଚନ୍ଦ୍ର ନେପାକ । ଏହାପୂର୍ବରୁ ଆଜି ଭିଜିଲାନ୍ସ ତାଙ୍କ ଘରେ ଚଢାଉ କରିଛି ।
ସୂଚନା ଅନୁସାରେ ୧୯୮୯ରୁ ରାମଚନ୍ଦ୍ର ନେପାକ କୋରାପୁଟ ରେଞ୍ଜ ସୋସିଆଲ ଫରେଷ୍ଟ୍ରୀ ଡିଭିଜନ ଅଧିନରେ ଗ୍ରାମ୍ୟ ବନ କର୍ମଚାରୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ସୋସିଆଲ ଫରେଷ୍ଟ୍ରୀ ଡିଭିଜନ ଆଞ୍ଚଳିକ ବନ ବିଭାଗ ସହ ମିଶ୍ରଣ ହେବା ଦ୍ୱାରା ସେ ଜୟପୁର ବନ ବିଭାଗରେ ନିଯୁକ୍ତି ହୋଇଥିଲେ । ପରବର୍ତ୍ତୀ ସମୟରେ ପଦୋନ୍ନତି ହୋଇ ବର୍ତ୍ତମାନ ଜୟପୁର ଫରେଷ୍ଟ ରେଞ୍ଜରେ ଡେପୁଟି ରେଞ୍ଜର ଭାବେ କାର୍ଯ୍ୟରତ ଅଛନ୍ତି । ତାଙ୍କର ମାସିକ ଦରମା ୬୯ହଜାର ୬୮୦ଟଙ୍କା ବୋଲି ଜଣାପଡିଛି । ତେବେ ଏତିକି ଦରମାରେ ଜଣେ ଅଧିକାରୀ ଏତେ ସମ୍ପତ୍ତି ଓ ସୁନା, ଏବଂ ଘରେ ନଗଦ ଏତେ ଟଙ୍କା କିପରି ରଖିଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories