www.samajalive.in
Sunday, December 7, 2025
14.1 C
Bhubaneswar

କଙ୍ଗନାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ – କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ବାଚନ ଆୟୋଗଙ୍କୁ ଅନୁରୋଧ କଲେ ଜାତୀୟ ମହିଳା ଆୟୋଗ

ଡେସ୍କ: ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ ଏବଂ ଦଳୀୟ ନେତ୍ରୀ ଏଚ୍ ଏସ୍ ଆହିରଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଜାତୀୟ ମହିଳା ଆୟୋଗ ନିର୍ବାଚନ ଆୟୋଗଙ୍କୁ ଅନୁରୋଧ କରିଛନ୍ତି। ଆୟୋଗ ଏକ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି ଯେ ଏନସିଡବ୍ଲ୍ୟୁ ମୁଖ୍ୟ ରେଖା ଶର୍ମା ଏ ସଂକ୍ରାନ୍ତରେ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଛନ୍ତି। ସୋସିଆଲ ମିଡିଆରେ କଙ୍ଗନା ରାଣାୱତଙ୍କୁ ନେଇ ଅଶ୍ଳୀଳ ଓ ଅପମାନଜନକ ମନ୍ତବ୍ୟ ଦେଇଥିବା ଉଭୟ ନେତାଙ୍କ ଅପମାନଜନକ ଆଚରଣକୁ ନେଇ ଜାତୀୟ ମହିଳା ଆୟୋଗ ଆଶ୍ଚର୍ଯ୍ୟ ହୋଇଛନ୍ତି। ଶ୍ରୀମତୀ ଶର୍ମା କହିଛନ୍ତି, ଏଭଳି ଆଚରଣ ଅସହ୍ୟ ଏବଂ ମହିଳାଙ୍କ ସମ୍ମାନ ବିରୁଦ୍ଧରେ। ହିମାଚଳପ୍ରଦେଶର ମଣ୍ଡି ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ କଙ୍ଗନା ରାଣାୱତ ନିର୍ବାଚନ ଲଢୁଛନ୍ତି।

ସେପଟେ ବିବାଦ ପରେ କଂଗ୍ରେସ ନେତ୍ରୀ ସୁପ୍ରିୟା ଶ୍ରୀନେତ ସ୍ପଷ୍ଟୀକରଣ ଜାରି କରି କହିଛନ୍ତି ଯେ ତାଙ୍କ ଫେସବୁକ ଓ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ଅନେକ ଲୋକ ଆକସେସ୍ କରିଛନ୍ତି। ଶ୍ରୀମତୀ ଶ୍ରୀନେତ ସୂଚନା ଦେଇଛନ୍ତି ଯେ ସେ ସେହି ପୋଷ୍ଟକୁ ଡିଲିଟ୍ କରିଛନ୍ତି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories