www.samajalive.in
Saturday, December 6, 2025
26.1 C
Bhubaneswar

ବିଷାକ୍ତ ମଦ ପିଇ ଅସୁସ୍ଥ ହେବା ଘଟଣା: ୫ ଗିରଫ

ଗଞ୍ଜାମ: ଗଞ୍ଜାମରେ ଦେଶୀ ମଦ ପିଇ ଅସୁସ୍ଥ ହେବା ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ସୋମବାର ଗଞ୍ଜାମ ଜିଲ୍ଲା ଚିକିଟି କରବାଲୁଆ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଚିକିଟି,  କରବାଲୁଆ, ଜେନାପୁର ଅଞ୍ଚଳରେ ବିଷାକ୍ତ ମଦ ପିଇ ୧୬ରୁ ଅଧିକ ଲୋକ ଅସୁସ୍ଥ ହୋଇଥିବା ଅଭିଯୋଗ ହୋଇଥିଲା। ସେମାନଙ୍କ ମଧ୍ୟରୁ ୧୪ ଜଣଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ଚିକିଟିରେ ଦୁଇ ଚିକିତ୍ସିତ ହେଉଛନ୍ତି। ସେଠାରେ ସ୍ଵତନ୍ତ୍ର ଡାକ୍ତରୀ ଦଳ ସେମାନଙ୍କ ଚିକିତ୍ସା କରୁଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ସେପଟେ ଆଜି ଅବକାରୀ କମିଶନର ନରସିଂହ ଭୋଳ ଏମକେସିଜି ମେଡିକାଲ ଯାଇ ସ୍ଥିତି ଅନୁଧ୍ୟାନ କରିଥିବାବେ​‌ଳେ ସ୍ଵାସ୍ଥ୍ୟ ବିଭାଗର ଏକ ଟିମ୍  ମାଇନ୍ଦପୁର ଗାଁରେ ପହଞ୍ଚିଥିବା ଜଣାପଡିଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories