www.samajalive.in
Thursday, December 11, 2025
18.1 C
Bhubaneswar

ଲକ୍ଷପତି ଦିଦିରେ ଓଡ଼ିଶା ଦ୍ଵିତୀୟ, ସୁଭଦ୍ରା ଏକ ଅଭିଯାନ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗଞ୍ଜାମ ଜିଲାରେ ୬୩୮ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ସେଥିମଧ୍ୟରୁ ୪୯୩ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ୧୪୫ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି। ଏଥିରେ ଅନେକ ଜଳଯୋଗାଣ ପ୍ରକଳ୍ପ, ସଡ଼କ ଉନ୍ନତିକରଣ, ସେତୁ ନିର୍ମାଣ, ଚେକ୍‍ ଡ୍ୟାମ୍‍ ପ୍ରକଳ୍ପ, ସ୍ୱାସ୍ଥ୍ୟସେବା କେନ୍ଦ୍ର ସ୍ଥାପନ, ଇନ୍‍ଷ୍ଟ୍ରିମ୍‍ ଷ୍ଟୋରେଜ୍‍ ପ୍ରକଳ୍ପ ଆଦି ପ୍ରକଳ୍ପ ରହିଛି ।

ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ଆୟୋଜିତ ୫୧ତମ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ଆଜି ଦିନଟି ମୋ ପାଇଁ ସବୁଠାରୁ ସନ୍ତୋଷର ଦିନ ଓ ସବୁଠାରୁ ଗୌରବର ଦିନ। ସୁଭଦ୍ରା ଯୋଜନା ଏକ ବ୍ୟାପକ ଅଭିଯାନର ରୂପ ନେବାକୁ ଯାଉଛି। କିଶୋରୀ ମାନଙ୍କଠାରୁ ଆରମ୍ଭ କରି ଭିନ୍ନ ଭିନ୍ନ ବୟସର ମହିଳାମାନେ ସଶକ୍ତ ଏବଂ ସମୃଦ୍ଧ ହୋଇପାରିବାର ବ୍ୟବସ୍ଥା କରାଯାଉଛି। ଏହା ରାଜ୍ୟର ପ୍ରତ୍ୟେକ ସୁଭଦ୍ରାଙ୍କ ମନରେ ଏକ ନୂତନ ଆଶା ଓ ବିଶ୍ୱାସର ସଂଚାର କରିବ।

- Advertisement -

ମହିଳାଙ୍କ ବିରୁଦ୍ଧରେ ହିଂସା ଏବଂ ଅସଦାଚରଣ କରୁଥିବା ବ୍ୟକ୍ତିଙ୍କ ପାଇଁ କଡା ବାର୍ତ୍ତା ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମହିଳାଙ୍କ ବିରୁଦ୍ଧରେ ହିଂସାରେ ଲିପ୍ତ ବ୍ୟକ୍ତି ସରକାର, ବିଶେଷଭାବେ ବ୍ୟକ୍ତିଗତ ଭାବେ ମୋ ପାଇଁ କେବଳ ଜଣେ ଜଣେ ଅପରାଧୀ ଏବଂ ଏହିପରି ଅପରାଧୀଙ୍କ ସ୍ଥାନ ଜେଲର ଚାରିକାନ୍ଥ ମଧ୍ୟରେ, ସଭ୍ୟ ସମାଜରେ ତାଙ୍କର କୌଣସି ସ୍ଥାନ ନାହିଁ। ଏହାକୁ କଡାକଡି ଭାବେ ପାଳନ କରିବା ପାଇଁ ମୁଁ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇସାରିଛି।

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ ମହିଳାମାନଙ୍କୁ ଲକ୍ଷପତି କରାଇବା ପାଇଁ ‘ଲକ୍ଷପତି ଦିଦି’ ଯୋଜନା ଆରମ୍ଭ ହୋଇଛି । ସାରା ଦେଶରେ ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରିବାର ଲକ୍ଷ୍ୟ ରଖାଯାଇଛି । ଆମ ରାଜ୍ୟ ଲକ୍ଷପତି ଦିଦି ଯୋଜନାକୁ କାର୍ଯ୍ୟକାରୀ କରି ସମଗ୍ର ଭାରତବର୍ଷରେ ଦ୍ଵିତୀୟ ସ୍ଥାନ ହାସଲ କରିଛି; ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରି ସାରିଲୁଣି । ଓଡିଶାରେ ଆମେ ୨୦୨୭ ସୁଦ୍ଧା ଅତି କମ ରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାର କାର୍ଯ୍ୟକ୍ରମ ଜାରି ରଖିଛୁ । ବିଗତ ୨୪ ବର୍ଷରେ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନରେ ରହିଯାଇଥିଲା। କିନ୍ତୁ, ଆମ ସରକାର ମହିଳାଙ୍କୁ ରାଜନୈତିକ, ସାମାଜିକ ଏବଂ ଅର୍ଥନୈତିକ ସ୍ତରରେ ସଶକ୍ତ କରିବା ପାଇଁ ଶପଥ ନେଇ ବିଭିନ୍ନ କାର୍ଯ୍ୟ ଓ ଯୋଜନା କାର୍ଯ୍ୟକାରୀ କରୁଛନ୍ତି।

କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ  କନକ ବର୍ଦ୍ଧନ ସିଂହ ଦେଓ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ, ଆସିକା ସାଂସଦ  ଅନିତା ଶୁଭଦର୍ଶିନୀ ଓ ଗଂଜାମ ଜିଲାର ସମସ୍ତ ବିଧାୟକ ମାନେ ଉପସ୍ଥିତ ଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ମହିଳା ଏବଂ ଶିଶୁବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଧନ୍ୟବାଦ ଦେଇଥିଲେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories