www.samajalive.in
Saturday, December 6, 2025
26.1 C
Bhubaneswar

ଫଡନବୀସ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ: ବିଜେପି ନେତା

ସମାଜ ଡିଜିଟାଲ ଡେସ୍କ: ଦେବେନ୍ଦ୍ର ଫଡନବୀସ ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ। ବିଜେପିର ବରିଷ୍ଠ ନେତୃବୃନ୍ଦ ତାଙ୍କ ନାମକୁ ଚୂଡ଼ାନ୍ତ କରିଛନ୍ତି। ଡିସେମ୍ବର ୨ କିମ୍ବା ୩ ତାରିଖରେ ଏକ ବୈଠକ କରାଯାଇ ଫଡନବୀସଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରାଯିବ ବୋଲି ମହାରାଷ୍ଟ୍ର ବିଜେପିର ଜଣେ ବରିଷ୍ଠ ନେତା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ଶିବସେନା ଏସଏଚଏସ ମୁଖ୍ୟ ଏକନାଥ ସିନ୍ଦେଙ୍କ ପୁଅ ଶ୍ରୀକାନ୍ତ ସିନ୍ଦେଙ୍କୁ କ୍ୟାବିନେଟରେ ବଡ଼ ଭୂମିକା ମିଳିବ। ତାଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ମିଳିପାରେ। ଶିବସେନା ଗୃହ ମନ୍ତ୍ରଣାଳୟ ନିଜ ପାଖରେ ରଖିବାକୁ ଦାବି କରୁଥିବାରୁ ସେ ଉପରେ ମଧ୍ୟ ବୈଠକରେ ଆଲୋଚନା ହେବ ବୋଲି ନେତା ଜଣକ ଗଣମାଧ୍ୟମକୁ କହିଛନ୍ତି।

- Advertisement -

୨ ଦିନ ତଳେ ଏକନାଥ ସିନ୍ଦେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ବିଜେପି ନେତୃବୃନ୍ଦ ଯେଉଁ ନିଷ୍ପତ୍ତି ନେବେ ତାହାକୁ ସେ ନିଃସର୍ତ୍ତ ସମର୍ଥନ କରିବେ ବୋଲି ଘୋଷଣା କରିଥିଲେ। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହିତ ଆଲୋଚନା କରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ବାଛିବାକୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଫଡନବୀସ ବିଜେପି ପକ୍ଷରୁ ଏକମାତ୍ର ଦାବିଦାର ରହିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ରାଜ୍ୟବାସୀ ଭଲ ଭାବେ ଜାଣିଛନ୍ତି ବୋଲି ଗତ ଶୁକ୍ରବାର ବିଜେପି ନେତା ରାଓସାହେବ ଦାନଭେ ମନ୍ତବ୍ୟ ଦେଇଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories