www.samajalive.in
Sunday, December 14, 2025
19.1 C
Bhubaneswar

ମା’ ଠାକୁରାଣୀଙ୍କ ଘଣ୍ଟଯାତ୍ରା ସମ୍ପନ୍ନ, ବୋଦା-କୁକୁଡା ବଳି ଦେଲେ ମାନସିକଧାରୀ

ଲାଞ୍ଜିଗଡ : ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମଙ୍ଗଳବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି I ଲାଞ୍ଜିଗଡ ଇଷ୍ଟଦେବୀ ମା’ ଠାକୁରାଣୀ ଗତ ୯ ଦିନ ଧରି ଦ୍ବାର ଦ୍ବାର ବୁଲି ଭକ୍ତଙ୍କୁ ଦର୍ଶନ ଦେଲା ପରେ ଆଜି ମଙ୍ଗଳବାର ସକାଳେ ନିଜ ଆସ୍ଥାନ ବିରାଜମାନ କରିଛନ୍ତି । ପୂଜକ ଭକ୍ତଙ୍କ ପିଠିରେ ମା’ଙ୍କୁ ଆସ୍ଥାନକୁ ନେଇଥିଲେ। ମା’ ଠାକୁରାଣୀଙ୍କ ଘଣ୍ଟଯାତ୍ର ଦ୍ୱିତୀୟI ତିଥିରୁ ଆରମ୍ଭ ହୋଇଥିବାବେଳେ ଲାଞ୍ଜିଗଡ ରାଜ ଉଆସରୁ ମାଁଙ୍କ ଘଣ୍ଟକୁ ଶୃଙ୍ଗାର କରି ଗାଁ ମଝିରେ ଥିବା ମନ୍ଦିରକୁ ଅଣାଯାଇ ପୂଜାର୍ଚ୍ଚନା କରି ପୂଜକମାନେ ଆହ୍ୱାନ କରିଥିଲେ। ଜମ୍ବେଶ୍ୱର ପୂଜାରୀ ମା’ଙ୍କ ଘଣ୍ଟକୁ ମୁଣ୍ଡରେ ବହନ କରିଥିବାବେଳେ ମନୋରଞ୍ଜନ ମାଝୀ ମାଁଙ୍କ ଛତର ଧରିଥିଲେ ଏବଂ ମା’ଙ୍କ ମୁଖ୍ୟ ପୂଜକ ଅଭିମନ୍ୟୁ ପାତ୍ର ମା’ଙ୍କ ପୂଜାର୍ଚନା ସହିତ ଘଣ୍ଟ ସାଙ୍ଗରେ ଅଞ୍ଚଳର ବିଭିନ୍ନ ଗାଁ ପରିକ୍ରମା କରିଥିଲେ ଏବଂ ଭକ୍ତମାନେ ମା’ଙ୍କୁ ଦର୍ଶନ କରିଥିଲେ। ଦୀର୍ଘ ୮ ଦିନ କାଳ ବିଭିନ୍ନ ଗାଁକୁ ଯାଇ ଭକ୍ତ ମାନଙ୍କ ଘରେ ପୂଜା ପାଇବା ପରେ ନବମ ଦିନ ନିଜ ମନ୍ଦିରରେ ଗୋଟିଏ ଦିନ ପାଇଁ ବିଶ୍ରାମ ନେଇଥିଲେ। ପୁଣି ସେହିଦିନ ସନ୍ଧ୍ୟାରେ ଲାଞ୍ଜିଗଡ ରାଜାଙ୍କ ଘରକୁ ଯାଇ ପୂଜା ପାଇବା ପରେ ନବମ ଦିବସ ରାତିସାରା ଲାଞ୍ଜିଗଡ ସହରର ସମସ୍ତ ଘରକୁ ଯାଇ ଝୁଣା, ପଣାପାଣି, ଗଜାମୁଆ ଇତ୍ୟାଦି ଭୋଗ ଗ୍ରହଣ କରିଥିଲେ। ଶୁକ୍ରବାର ଉଦଯାପନି ଦିବସରେ ମା’ଙ୍କ ସେବକ ପୂଜାରୀ ପଡ଼ାରୁ ଏକ ବିରାଟ ଆଡୁଆଳରେ ମା’ଙ୍କୁ ମନ୍ଦିରକୁ ଆଣିଥିଲେ। ଗ୍ରାମର ପ୍ରତ୍ୟେକ  ପଡାବାସୀ ନିଜ ଦ୍ବାର ସାମ୍ନାରେ ଚିତା ଆଙ୍କି ଘଣ୍ଟ, ଘଣ୍ଟା, ଶଙ୍ଖ, ଖୋଳତାଳ ବାଦ୍ୟରେ ମା’ଙ୍କୁ ସ୍ୱାଗତ କରି ଭୋଗ ଅର୍ପଣ କରିଥିଲେ । ମାନସିକଧାରୀ ମାନେ ବୋଦା, କୁକୁଡ଼ା, ପାରା ବଳି ମଧ୍ୟ ଦେଇଥିବାର ଦେଖିବାକୁ ମିଳିଥିଲା। ମା’ ଠାକୁରାଣୀ ପରେ ନିଜ ଆସ୍ଥାନକୁ ଆସିବା ସମୟରେ ଭକ୍ତ ମାନଙ୍କ ପିଠିରେ ଚଢି ନିଜ ଆସ୍ଥାନରେ ବିରାଜମାନ କରିଥିଲେ । ମା’ ପିଠି ଉପରେ ଚଢି ଆସିଲେ ବିଭିନ୍ନ ରୋଗ ଶୋକ ଦୂର ହେବା ସହ ଶାନ୍ତିମୟ ଜୀବନଯାପନ କରିବାର ବିଶ୍ୱାସ ରହିଛି। ମନ୍ଦିରକୁ ଆସିବା ପରେ ଗ୍ରାମର ସମସ୍ତଙ୍କ ଘରୁ ଶସ୍ୟ ସଂଗ୍ରହ କରାଯାଇଥିଲା। ସେହି ଶସ୍ୟଙ୍କୁ ମା’ଙ୍କ ଘରେ ପୂଜାର୍ଚ୍ଚନା କଲା ପରେ ଭକ୍ତ ମାନଙ୍କ ମଧ୍ୟରେ ବାଣ୍ଟି ଦିଆଯାଇଥିଲା। ସେହି ଶସ୍ୟକୁ ରଖି ଅକ୍ଷୟ ତୃତୀୟାରେ ବାହାର କରି ଜମିରେ ଦେଲେ ଭଲ ଅମଳ ହୁଏ ବୋଲି ମଧ୍ୟ ବିଶ୍ୱାସ ରହିଛି। ମା’ ଠାକୁରାଣୀଙ୍କ ୯ ଦିନ ଧରି ଏହି ଘଣ୍ଟଯାତ୍ର ମହା ଆଡମ୍ବର ସହିତ ପାଳନ ହୋଇଥିବା ବେଳେ ମନ୍ଦିରକୁ ଆଲୋକମାଳାରେ ସୁସଜିତ କରାଯାଇଥିଲା। ଭକ୍ତଙ୍କ ମନରଞ୍ଜନ ପାଇଁ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ଯାତ୍ରାକୁ ଶାନ୍ତିଶୃଙ୍ଖଳା ସହିତ ପାଳନ କରିବା ପାଇଁ ମା’ ଠାକୁରାଣୀ ପୂଜା କମିଟି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରିଥିଲେ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories