www.samajalive.in
Thursday, December 11, 2025
27.1 C
Bhubaneswar

କାର୍ତ୍ତିକ ପୂର୍ଣ୍ଣିମା: ବଟେଶ୍ୱର ପୀଠରେ ୫୦ ହଜାରରୁ ଅଧିକ ଭକ୍ତ

ଗଞ୍ଜାମ : ଗଞ୍ଜାମ ବ୍ଲକ ଅନ୍ତର୍ଗତ କଣ୍ଟିଆ ଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠରେ କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ପ୍ରାୟ ପଚାସ ହଜାରରୁ ଅଧିକ ଭକ୍ତଙ୍କ ଭିଡ଼ ହୋଇଥିବା ସୂଚନା ମିଳିଛି ।  ଏହି ଅବସରରେ ଚାରି ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା । ଭୋରରୁ ଠାକୁରଙ୍କ ରୀତିନୀତି ଓ ପୂଜା ଅର୍ଚ୍ଚନା ପରେ ଦର୍ଶନ ପାଇଁ ଭକ୍ତଙ୍କୁ ଛଡାଯାଇଥିଲା ।  ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରୁ ଓ ଅନ୍ୟ ଜିଲାରୁ ମଧ୍ୟ ବହୁ ଭକ୍ତଙ୍କ ସମାଗମ ହୋଇଥିଲା । ଠାକୁରଙ୍କ ଦର୍ଶନ ସାଙ୍ଗକୁ ପ୍ରାକୃତିକ ସୌନ୍ଦର୍ଯ୍ୟର ଅପରୂପ ଶୋଭାରାଶି ସାଙ୍ଗକୁ ବଙ୍ଗୋପସାଗର ଜଳ ରାଶି,ବେଳାଭୂମି, ଝାଉଁ, କାଜୁ ଜଙ୍ଗଲ, ପାର୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି l ମନ୍ଦିର ପରିଚାଳନା କମିଟି  ପକ୍ଷରୁ  ପକ୍ଷରୁ ଟ୍ରାଫିକ, ଶାନ୍ତି ଶୃଙ୍ଖଳାରେ ଦର୍ଶନ ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଏହାକୁ କଣ୍ଟିଆଗଡ଼, ନୀଳାଦ୍ରିପୁର, ଖଟୁଆକୁଦା, ପୋଡମପେଟା, ମୟୁରପଦା, ଗୋଖରକୁଦା ପ୍ରଭୁତି ଗ୍ରାମ ପରିଚାଳନା କରିଥିଲେ ।

Hot this week

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

Related Articles

Popular Categories