www.samajalive.in
Monday, December 15, 2025
17.1 C
Bhubaneswar

ବିଧାନସଭା ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜି

ଭୁବନେଶ୍ବର : ପଞ୍ଚଦଶ ବିଧାନସଭାର ଶେଷ ତଥା ବଜେଟ୍ ଅଧିବେଶନ ଆସନ୍ତାକାଲିଠାରୁ ଆରମ୍ଭ ହେଉଛି। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ୭ଟି କାର୍ଯ୍ୟଦିବସ ରହିଛି। ବିଧାନସଭାର ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାକୁ ପୁଲିସ ମହାନିର୍ଦେଶକ ଡ. ରାଜେନ୍ଦ୍ର ପ୍ରସାଦ ଶର୍ମା, ଗୁଇନ୍ଦା ନିର୍ଦେଶକ ସୁନିଲ୍‌ ରଏ, ପୁଲିସ କମିସନର ସତ୍ୟଜିତ ମହାନ୍ତି, ଅତିରିକ୍ତ ପୁଲିସ କମିସନର ସଞ୍ଜୟ ସିଂହ, ଆଇଜି(ଆଇନଶୃଙ୍ଖଳା) ଅମିତାଭ ଠାକୁର, ଡିସିପି ଅନୁପ କୁମାର ସାହୁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଅପରାହ୍ଣରେ ଅନୁଧ୍ୟାନ କରିଛନ୍ତି।
ବିଧାନସଭାର ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ପାଇଁ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବାକୁ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିବା ଲାଗି ୧୦୦ରୁ ଅଧିକ ଅଫିସରଙ୍କୁ ମୁତୟନ କରାଯିବା ବୋଲି ପୁଲିସ କମିସନର ଶ୍ରୀ ମହାନ୍ତି ସୂଚନା ଦେଇଛନ୍ତି। ୫ଟି କ୍ୟୁଆର୍‌ଟି, ୨ଟି ଆତଙ୍କବାଦୀ ନିରୋଧ ଦଳ ମୁତୟନ କରାଯାଇଛି। ଏହା ବ୍ୟତୀତ ବିଧାନସଭା ଭିତର ବାହାରେ ସାଦାପୋଷାକରେ ପୁଲିସ ଅଧିକାରୀଙ୍କୁ ମୁତୟନ କରାଯିବ।
ସେହିପରି ବିଧାନସଭା ଭିତର ଓ ବାହାରେ ୫୦ରୁ ଅଧିକ ସିସିଟିଭି ଲଗାଯାଇ ଏକ କ​‌େ​‌ଣ୍ଟ୍ରାଲ୍‌ରୁମ୍ ମାଧ୍ୟମରେ ନଜର ରଖାଯିବ। ବଜେଟ୍ ଅଧିବେଶନ ଥିବାରୁ ବିଭିନ୍ନ ସଂଗଠନ ପକ୍ଷରୁ ଜୋର୍‌ଦାର୍‌ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଆଶା କରାଯାଉଛି। ତେଣୁ ବିଧାନସଭା ସାମ୍‌ନାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଲୋୟର ପିଏମ୍‌ଜିରେ ବିକ୍ଷୋଭକାରୀଙ୍କ ପାଇଁ କେତେକ କଟକଣା କରାଯାଇଛି। ଶୋଭାଯାତ୍ରାକୁ କେବଳ ଲୋୟର ପିଏମ୍‌ଜିରେ ଅନୁମତି ପ୍ରଦାନ କରାଯିବ ବୋଲି ପୁଲିସ କମିସନର ସୂଚନା ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories