www.samajalive.in
Saturday, December 6, 2025
16.1 C
Bhubaneswar

କନ୍ଧମାଳରେ ମାଓ ମୁକାବିଲା ରଣନୀତିର ସମୀକ୍ଷା କଲେ ଡିଜିପି

ଫୁଲବାଣୀ : କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ସିର୍ଲା ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଗୁରୁବାର ପୁଲିସ୍ ସହ ଗୁଳି ମିନିମୟରେ ୨ ଜଣ ମାଓବାଦୀଙ୍କ ମୃତ୍ୟ ପରେ ପୁଲିସ ଡିଜି ଅଭୟ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ ପାଇଁ ଶୁକ୍ରବାର କନ୍ଧମାଳ ଗସ୍ତ କରିଛନ୍ତି। ଏହି ଅବସରରେ ସେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ସହ ଆଲୋଚନା କରିଥିଲେ।

ଡିଜିପିଙ୍କ ସହ ଗୁଇନ୍ଦା ନିର୍ଦ୍ଦେଶକ ଆର.କେ ଶର୍ମା, ଆଇଜି ଅପରେସନ୍ ଅମିତାଭ ଠାକୁର,ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଏବଂ ଡିଜି ଏସଆଇଜି, ଅନିରୁଦ୍ଧ ସିଂହ ଉପସ୍ଥିତ ଥିଲେ। ବରିଷ୍ଠ ଅଧିକାରୀମାନେ ଫୁଲବାଣୀ ଜିଲ୍ଲା ପୁଲିସ ମୁଖ୍ୟାଳୟରେ ଏକ ବୈଠକରେ ମାଓ ମୁକାବିଲା ରଣନୀତିର ସମୀକ୍ଷା କରିଥିଲେ। ବାମପନ୍ଥୀ ଉଗ୍ରବାଦର ମୁକାବିଲା ପାଇଁ ଜିଲ୍ଲା ପୋଲିସର ପ୍ରସ୍ତୁତି ଏବଂ ରଣନୀତି ସମ୍ପର୍କରେ ଏସପି ବିନୀତ ଅଗ୍ରୱାଲ ବରିଷ୍ଠ ଅଧିକାରୀମାନଙ୍କୁ ସୂଚନା ଦେଇଛନ୍ତି।

- Advertisement -

ମାଓବାଦୀମାନେ ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଡିଜିପି ଆହ୍ୱାନ ଦେଇଛନ୍ତି। ସରକାର ସେମାନଙ୍କର ଥଇଥାନ ପ୍ରତି ଉଦାର ମନୋଭାବ ପୋଷଣ କରିବା ସହ ସହାୟତା ଯୋଗାଇ ଦେଉଛନ୍ତି ବୋଲି ସେ କହିଛନ୍ତି। ଗତ ବର୍ଷ ଜିଲ୍ଲାରୁ ୧୩ ମାଓବାଦୀ ଆତ୍ମସମର୍ପଣ କରିଥିବାବେଳେ ଚଳିତ ବର୍ଷ ଜୁଲାଇ ପର୍ଯ୍ୟନ୍ତ ୧୯ ଜଣ ଆତ୍ମସମର୍ପଣ କରିଛନ୍ତି। ୨୦୨୦ ଶେଷ ସୁଦ୍ଧା ଏହି ସଂଖ୍ୟା ବୃଦ୍ଧି ପାଇବ ବୋଲି ଡିଜିପି ଆଶା ପ୍ରକଟ କରିଛନ୍ତି।

ଅନ୍ୟପକ୍ଷରେ ଚଳିତମାସରେ ବର୍ତ୍ତମାନ ସୁଦ୍ଧା ପୁଲିସ୍‍ ସହ ସଂଘର୍ଷରେ ୭ ଜଣ ମାଓବାଦୀଙ୍କର ମୃତ୍ୟୁ ଘଟିଛି। ତେବେ ମାଓ ଦମନ କ୍ଷେତ୍ରରେ ଓଡ଼ିଶା ପୁଲିସର କାର୍ଯ୍ୟକୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପ୍ରଶଂସା କରିଛି। ଜିଲ୍ଲାରେ ବାମପନ୍ଥୀ ଉଗ୍ରବାଦ ଦମନ କାର୍ଯ୍ୟକୁ ସଫଳ କରିବାରେ ଓଡ଼ିଶା ପୋଲିସ୍‍କୁ କେନ୍ଦ୍ର ସ୍ୱରାଷ୍ଟ୍ର ସଚିବ ପ୍ରଶଂସା କରିଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ପୁଲିସ୍‍ ମହାନିର୍ଦ୍ଦେଶକଙ୍କୁ ଏକ ପତ୍ର ମାଧ୍ୟମରେ ସ୍ୱରାଷ୍ଟ୍ର ସଚିବ ଏହି ସଫଳ ଓ ସୁସଂଗଠିତ ମାଓ ଦମନ କାର୍ଯ୍ୟରେ ଭାଗ ନେଇଥିବା ପୁଲିସ୍‍ ଅଧିକାରୀ ଓ କର୍ମଚାରୀଙ୍କୁ ପ୍ରଶଂସା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories