www.samajalive.in
Sunday, December 7, 2025
18.1 C
Bhubaneswar

ପଞ୍ଚାୟତ ନିର୍ବାଚନ : ସ୍ୱାଭିମାନ ଅଞ୍ଚଳରେ ସ୍ଥିତି ସମୀକ୍ଷା କଲେ ଡିଜିପି

ମାଲକାନଗିରି : ପଞ୍ଚାୟତ ନିର୍ବାଚନ ପୂର୍ବରୁ ପୁଲିସ ମହାନିର୍ଦେଶକ ସୁନୀଲ ବଂଶଲ ଶୁକ୍ରବାର ସ୍ୱାଭିମାନ ଅଂଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ସେ ହେଲିକପ୍ଟର ଯୋଗେ ସ୍ୱାଭିମାନ ଅଞ୍ଚଳର  ହନ୍ତାଳଗୁଡ଼ା ବିଏସଏଫ କ୍ୟାମ୍ପ ପରିଦର୍ଶନ କରି ବରିଷ୍ଠ ପୋଲିସ ଅଧିକାରୀ ଓ ବି.ଏସ.ଏଫ ଅଧିକାରୀଙ୍କ ସହ ଆଗାମୀ ନିର୍ବାଚନର ପ୍ରସ୍ତୁତି ନେଇ ଆଲୋଚନା କରିଥିଲେ। ଏଥିସହ ମାଓବାଦୀଙ୍କ ସ୍ଥିତି ଓ ଦମନ ନେଇ ଆଲେଚନା କରିଥିଲେ। ଏହାପରେ ସ୍ଥାନୀୟ ଗ୍ରାମବାସୀଙ୍କ ସହ ଆଲୋଚନା କରି ପୋଷାକ ବଣ୍ଟନ କରିଥିଲେ। ପରେ ମାଲକାନଗିରି ଜିଲ୍ଲା ପୁଲିସ କାର୍ଯ୍ୟାଳୟଠାରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇ ଆଗାମୀ ପଞ୍ଚାୟତ ନିର୍ବାଚନର ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିଲେ। ଏଥିରେ ଏସଏପିର ସ୍ୱତନ୍ତ୍ର ମହାନିର୍ଦ୍ଦେଶକ ମନୋଜ ଛାବ୍ରା, ଗୋଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ, ଆଇ.ଜି ଅପରେସନ ଅମିତାଭ ଠାକୁର, ଏସଆଇଡବ୍ଲ୍ୟୁ ଡିଆଇଜି ଅନିରୁଦ୍ଧ ସିଂହ, ଦକ୍ଷିଣ-ପଶ୍ଚିମାଂଚଳ ଡିଆଇଜି ରାଜେଶ ପଣ୍ଡିତ, ଜିଲ୍ଲାପାଳ ବିଶାଲ ସିଂହ, ଏସପି ନିତେଶ ୱାଧୱାନୀ ଓ ବରିଷ୍ଠ ବିଏସଏଫ ଆଇଜି ବୁଧକୋଟି , ଦକ୍ଷିଣାଞ୍ଚଳ ଆଇଜି  ସତ୍ୟବ୍ରତ ଭୋଇ, ଉତ୍ତରାଞ୍ଚଳ ଆଇଜି ଦୀପକ କୁମାର, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର ଏସପି ମାନେଯୋଗ ଦେଇଥିଲେ।

ଏଥି ସହିତ ସ୍ୱାଭିମାନ ଅଂଚଳରେ ନିର୍ବାଚନ ସମୟରେ ଆଇନ ଶୃଙ୍ଖଳା ସ୍ଥିତି ଉପରେ ନଜର ରଖିବା ପାଇଁ ଆବଶ୍ୟକ ହେଲେ ହେଲିକପ୍ଟର ଓ ଡ୍ରୋନର ବ୍ୟବହାର କରାଯିବ ବୋଲି ସେ ସୂଚନା ଦେଇଛନ୍ତି ।

- Advertisement -

ଏହି ଅବସରରେ ସରକାରଙ୍କ ଆତ୍ମ ସମର୍ପଣ ଓ ଥଇଥାନ ନୀତି ଅନୁସାରେ ସହାୟତା ପ୍ରଦାନ କରାଯାଉଥିବାରୁ, ସେ ମାଓବାଦୀଙ୍କୁ ହିଂସାର ପଥ ପରିହାର କରି ସମାଜର ମୁଖ୍ୟସ୍ରୋତକୁ ଫେରିବାକୁ ଆହ୍ୱାନ କରିଛନ୍ତି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories