www.samajalive.in
Saturday, December 6, 2025
23.1 C
Bhubaneswar

ପୁରୀ ଅଘଟଣ: ସ୍ଥିତି ଅନୁଧ୍ୟାନ କଲେ ଡିଜିପି

ଭୁବନେଶ୍ଵର: ଶରଧାବାଲି ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ ଆସିଛି। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ଖୁବ ଶୀଘ୍ର ଏନେଇ ପଦକ୍ଷେପ ନେବେ । ଆକ୍ସନ ଓ ତଦନ୍ତ ନେଇ ନିଷ୍ପତ୍ତି ଖୁବ ଶୀଘ୍ର ହେବ । ଘଟଣାର ପୁରା ତଦନ୍ତ ହେବ। ଏହାସହ ରବିବାର ଦିନ ସେ ନିଜେ ପୁରୀ ଗସ୍ତରେ ଯିବେ ବୋଲି କହିଛନ୍ତି ଆଇନ୍‌ ମନ୍ତ୍ରୀ। ଅନ୍ୟପଟେ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ପୁଲିସ୍ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆ । ପୋଲିସର ନିର୍ଦ୍ଦେଶ ସମସ୍ତେ ମାନନ୍ତୁ ବୋଲି କହିଲେ ଡିଜିପି । ଭକ୍ତ ମୋବାଇଲ୍‌ରେ ଫଟୋ ନେବାରୁ ସମସ୍ୟା ହେଉଥିବା ସେ କହିଛନ୍ତି। ଶ୍ରଦ୍ଧାଳୁଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏସ୍‌ପି । ରଥ ଚାରିପାଖରେ ପୁଲିସ୍ କର୍ମୀ ମୁତୟନ ଥିବା କହିଛନ୍ତି ଏସପି । ପୁଲିସ୍ ଭିଡ଼ ଭିତରେ ନ ଥିବା କଥା ଠିକ୍‌ ନୁହେଁ ବୋଲି କହିଛନ୍ତି ଏସ୍‌ପି ବିନୀତ ଅଗ୍ରଓ୍ବାଲ ।

Hot this week

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

Related Articles

Popular Categories