www.samajalive.in
Thursday, December 11, 2025
27.1 C
Bhubaneswar

ଢାବା ମଟନ

ଆବଶ୍ୟକ ସାମଗ୍ରୀ
ମଟନ – ୫୦୦ ଗ୍ରାମ
ତେଲ – ଆବଶ୍ୟକ ପରିମାଣରେ
କଟା ପିଆଜ – ୨ଟି
ଅଦା ରସୁଣ ବଟା – ୪ ରୁ ୫ ଚାମଚ
ଦହି – ୩ ଚାମଚ
ଲଙ୍କା ଗୁଣ୍ଡ – ୧ଚାମଚ
ହଳଦୀ ଗୁଣ୍ଡ – ୧ ଚାମଚରୁ ସାମାନ୍ୟ କମ
ଲୁଣ – ଆବଶ୍ୟକ ପରିମାଣରେ
ବଟର – ୧ ଚାମଚ
କାଶ୍ମୀର ଲଙ୍କା ଗୁଣ୍ଡ – ଅଳ୍ପ
ଗରମ ମସଲା – ୧ ଚାମଚ
ଜିରା ଗୁଣ୍ଡ – ଅଳ୍ପ
କଟା ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ଗୋଟା ମସଲା – ୨ଟି ତେଜପତ୍ର, ଗୋଲମରିଚ, ଜାଇତ୍ରିଫଳ, ଅଳେଇଚ, ଗୁଜୁରାତି, ଲବଙ୍ଗ, ଡ଼ାଲଚିନି
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମାଂସକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏବେ ଗ୍ୟାସ ଲଗାଇ ଏକ କୁକର ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ୨ଟି ତେଜପତ୍ର, ଗୋଲମରିଚ, ଜାଇତ୍ରିଫଳ, ଅଳେଇଚ, ଗୁଜୁରାତି, ଲବଙ୍ଗ, ଡ଼ାଲଚିନି ପକାଇ ଭାଜନ୍ତୁ। ଭାଜିବା ପରେ କଟା ପିଆଜ ପକାଇ ଭାଜନ୍ତୁ। ପିଆଜ ଭାଜି ହେବା ପରେ ମାଂସ , ଲୁଣ ପକାଇ ଗୋଳାଇ ଦିଅନ୍ତୁ। ଗୋଳାଇବା ପରେ ଅଦା ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଗରମ ମସଲା, ଜିରା ଗୁଣ୍ଡ, ପକାଇ ଭଲ ଭାବେ କଷନ୍ତୁ। କଷିବା ପରେ ପାଣି ଦେଇ ୩ ରୁ ୪ଟି ସିଟି ଦିଅନ୍ତୁ। ସିଟି ହେବା ପରେ କୁକରର ଢାଙ୍କୁଣୀ ବାହାର କରି ଦହି , କାଶ୍ମୀର ଲଙ୍କା ଗୁଣ୍ଡ, ପକାଇ ୨ ମିନିଟ ଗ୍ୟାସରେ ବସାନ୍ତୁ। ୨ମିନିଟ ପରେ ଗ୍ୟାସରୁ କାଢି ଏକ ପାତ୍ରକୁ ବାହାର କରିଦିଅନ୍ତୁ। ଏହା ପରେ ଧନିଆ ପତ୍ର , ଅଳ୍ପ ବଟର ପକାନ୍ତୁ। ପ୍ରସ୍ତୁତ ହୋଇଗଲା ଢାବା ମଟନ।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories