www.samajalive.in
Friday, December 5, 2025
26.1 C
Bhubaneswar

ସାପ କାମୁଡ଼ାରେ ଚାଷୀଙ୍କ ମୃତ୍ୟୁ

ଧାମରା : ଚାନ୍ଦବାଲି ବ୍ଲକ ପଞ୍ଚୁଟିକ୍ରୀ ପଞ୍ଚାୟତ ଖମାରସାହି ଗାଁରେ ଅଭାବନୀୟ ଘଟଣା ଘଟିଛି। ସାପ କାମୁଡାରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି।  ମୃତକ ଖମାର ସାହିର ବ୍ରହ୍ମାନନ୍ଦ ବାରିକ ବୋଲି ଜଣାପଡିଛି। ବ୍ରହ୍ମାନନ୍ଦ ବିଲରେ ତଳି ପକାଇବାକୁ ଯାଇଥିଲେ । ଏହି ସମୟରେ ତାଙ୍କୁ ଏକ ବିଷଧର ସାପ କାମୁଡ଼ି ଥିଲା । ଖବର ପାଇବା ପରେ ଗ୍ରାମବାସୀମାନେ ବିଲରୁ ବ୍ରହ୍ମାନନ୍ଦ କୁ ପ୍ରଥମେ ବଇଁଚା ମେଡିକାଲ ଏବଂ ପରେ ଅବସ୍ଥା ସଂଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ଭଦ୍ରକରେ ଚିକିତ୍ସା ପରେ ସେଠାରୁ କଟକ ବଡ଼ ମେଡିକାଲ କୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ମୃତ୍ୟୁ ଖବର ପାଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସେପଟେ ମୃତକଙ୍କ ପରିବାରକୁ ସରକାରୀ ସାହାଯ୍ୟ ଯୋଗାଇ ଦେବାକୁ ତାଙ୍କ ଅଞ୍ଚଳବାସୀ ଦାବି କରିଛନ୍ତି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories