www.samajalive.in
Monday, December 15, 2025
15.1 C
Bhubaneswar

କଇଥଖୋଲା ସରସ୍ୱତୀ ଶିଶୁ ମନ୍ଦିରରେ ସଂକୁଳସ୍ତରୀୟ ଖେଳକୁଦ ସମାରୋହ

ଧାମରା: ଧାମରା ନିକଟସ୍ଥ କଇଥଖୋଲା ଠାରେ ଥିବା ସରସ୍ୱତୀ ଶିଶୁ ମନ୍ଦିରରେ ବାସୁଦେବପୁର ସଂକୁଳସ୍ତରୀୟ ଖେଳକୁଦ ସମାରୋହ ଅନୁଷ୍ଠିତ ହୋଇ ଯାଇଛି। ନିକଟସ୍ଥ ମହାଦେବ ମନ୍ଦିରରେ ପୂଜାର୍ଚ୍ଚନା ପରେ କ୍ରୀଡା ମଶାଲ ପ୍ରଜ୍ୱଳନ କରାଯିବା ସହ ଏକ ବିରାଟ ପଟୁଆରରେ ଏହି ମଶାଲକୁ ଖେଳ ପଡ଼ିଆକୁ ନିଆଯାଇଥିଲା। ସଂକୁଳସ୍ତରୀୟ ଖେଳକୁଦ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯତୀନ୍ଦ୍ରନାଥ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିନୟ ପାଢୀ କ୍ରୀଡା ପତାକା ଉତୋଳନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ବାସୁଦେବପୁର ସଂକୁଳ ପ୍ରମୁଖ କିଶୋର ଚନ୍ଦ୍ର ନାୟକ ଯୋଗ ଦେଇଥିଲେ। ଚାଲିଥିବା ଏହି ସମାରୋହରେ ବାସୁଦେବପୁର, ତିହିଡି ଏବଂ ଚାନ୍ଦବାଲି ବ୍ଲକର ୧୩୦ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ୩ଟି ବର୍ଗରେ ୪୫ଟି ଖେଳ ଅନୁଷ୍ଠିତ ହୋଇଥିଲା।

ଉଦଯାପନୀ ଉତ୍ସବ ରେ ହୋଇଥିବା ସଭାରେ ମୁଖ୍ୟ ଅତିଥି ଭାବେ ନିଗମାନନ୍ଦ ଉଚ୍ଚ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ରେବତୀକାନ୍ତ ବେହେରା, ବିବେକାନନ୍ଦ ଉଚ୍ଚ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଶ୍ରୀଧର ସ୍ୱାଇଁ ମୁଖ୍ୟବକ୍ତା ଭାବେ ,ସମ୍ମାନୀତ ଅତିଥି ଭାବେ ଅଶୋକ କୁମାର ପଣ୍ଡିତ ପ୍ରମୁଖ ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟା କୁହେଳିକା ପାତ୍ର ହୋଇଥିବା ସଭାରେ ଅତିଥି ପରିଚୟ ପ୍ରଦାନ କରିଥିଲେ। ହୋଇଥିବା ସଭା ଶେଷରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରଷ୍କାର ବଣ୍ଟନ କରାଯାଇଥିବା ବେଳେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା। ଖେଳକୁଦ ଉଦଘାଟନୀ ଏବଂ ଉଦଯାପନୀ ଉତ୍ସବରେ ଗୁରୁମା ତୁଳସୀ ଘଡେଇ ସଂଯୋଜନା ଏବଂ ଗୁରୁଜୀ ସୁକୁମାର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।ସରସ୍ୱତୀ ଶିଶୁ ମନ୍ଦିରର ସମସ୍ତ ଗୁରୁଜୀ ଏବଂ ଗୁରୁମା ମାନେ ଉପସ୍ଥିତ ରହିବା ସହ ସମସ୍ତ କାର୍ଯ୍ୟ ସଂଯୋଜନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories