www.samajalive.in
Monday, December 8, 2025
14.1 C
Bhubaneswar

ପରୀକ୍ଷା କେନ୍ଦ୍ର ବଦଳ ଦାବି ; ଧାରଣାରେ ଅଭିଭାବକ

ଧାମରା : ଧାମରା ନିକଟସ୍ଥ କଇଥଖୋଲା ଠାରେ ଥିବା ବିବେକାନନ୍ଦ ଉଚ୍ଚ ବିଦ୍ୟାପୀଠ ଫାଟକ ଆଗରେ ସ୍ଥାନୀୟ ଅଭିଭାବକମାନେ ସମ୍ପୃକ୍ତ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ର ବଦଳ ଦାବିରେ ଧାରଣା ଦେଇଛନ୍ତି। ପ୍ରାପ୍ତ ଖବର ଅନୁଯାୟୀ ଚଳିତ ମାସ ୨୧ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ବିଦ୍ୟାଳୟର ୧୦ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ୭୩ ଜଣ ଛାତ୍ରଛାତ୍ରୀଙ୍କୁ ୪୨ କିମି ଦୂର ବାସୁଦେବପୁର ବ୍ଲକ କରଞ୍ଜ ଆଡିଆ ନୋଡାଲ ହାଇସ୍କୁଲରେ ପରୀକ୍ଷା ଦେବେ ବୋଲି ଶିକ୍ଷା ବିଭାଗ ସ୍ଥିର କରିଛି। କେଉଁ ପରିସ୍ଥିତିରେ ଶିକ୍ଷା ବିଭାଗ ଏଭଳି ନୀତି ଆପଣାଇଛନ୍ତି ଏହାର ପ୍ରତିବାଦରେ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଆସି ବିଦ୍ୟାଳୟ ଫାଟକ ଆଗରେ ଧାରଣାରେ ବସିଛନ୍ତି। ଏହି ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନିକଟରେ ଥିବା ବିଦ୍ୟାଳୟରେ ପରୀକ୍ଷା ଦେବାକୁ ଅନୁମତି ନ ମିଳିବା ପର୍ଯ୍ୟନ୍ତ ଏହି ଧାରଣା ଅବ୍ୟାହତ ରହିବ ବୋଲି ଅଭିଭାବକମାନେ ପ୍ରତିକ୍ରିୟା ରଖିଛନ୍ତି। ତୁରନ୍ତ ଶିକ୍ଷା ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି।

ମହାଶିବରାତ୍ରୀରେ ଶନି-ବୁଧ ଚଳନ: ଏହି ରାଶିଙ୍କ ସୁନା ଭଳି ଚମକିବ ଭାଗ୍ୟ, ହେବେ ମାଲାମାଲ୍‌, ମିଳିବ ଚାକିରି

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories