www.samajalive.in
Tuesday, December 9, 2025
26.1 C
Bhubaneswar

ଧାମରାଇ ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟରେ ରେଡକ୍ରସ ସଚେତନତା ଶିବିର

ଧାମରା: ଧାମରାଇ ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟରେ ରେଡକ୍ରସ ପକ୍ଷରୁ ଏକ ସଚେତନତା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଭାତ କୁମାର ଦାସ ପ୍ରଦ୍ୱୀପ ପ୍ରଜ୍ୱଳନ କରି ଶିବିରକୁ ଉଦଘାଟନ କରିଥିଲେ। ହୋଇଥିବା ଶିବିରରେ ଜିଲ୍ଲା ରେଡକ୍ରସ ସଂଯୋଜକ ଗୋପାଳ ପ୍ରସାଦ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ରେଡକ୍ରସ ଇତିହାସର ବର୍ଣ୍ଣନା କରିବା ସହ ଅନେକ ପ୍ରେରଣା ଦାୟି ଉଦବୋଧନ ପ୍ରଦାନ କରିଥିଲେ। ଧାମରାଇ ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟର ରେଡକ୍ରସ କାଉନସିଲର ଲକ୍ଷ୍ମୀଧର ବେହେରା ସ୍ୱାଗତ ଭାଷଣ ସହ ଏହି ଶିବିର ଆୟୋଜନର ଉଦ୍ଦେଶ୍ୟ ସମ୍ପର୍କରେ ଧାରଣା ଦେଇଥିଲେ। ବିଦ୍ୟାଳୟର ଅଧ୍ୟାପକ ବିଜୟ କୁମାର ସାହୁ, ନିଶାକର ପାତ୍ର, ବିଜୟ କୁମାର ରାଉତ, ରାଜେନ୍ଦ୍ର ନାରାୟଣ ରାଉତ, ମାନଓ ରଞନ ଦାସ ପ୍ରମୁଖ ଶିବିରରେ ଉପସ୍ଥିତ ରହି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ଶିବିରରେ ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟର ୧୫୦ଜଣ ଛାତ୍ରଛାତ୍ରୀ ଯୋଗଦାନ ଅବସରରେ +୨ କଳାର ଦ୍ୱିତୀୟ ବର୍ଷର ଛାତ୍ରୀ ମିତାରାଣୀ ଲେଙ୍କାକୁ ଏ ବର୍ଷର ଶ୍ରେଷ୍ଠ ସ୍ୱେଚ୍ଛାସେବୀ ପୁରସ୍କାର ପ୍ରଦାନ କରାଯାଇଥିଲା। ଶେଷରେ ବିଦ୍ୟାଳୟର ଅଧ୍ୟକ୍ଷ ଶିବିରାର୍ଥୀ ମାନଙ୍କୁ ସ୍ୱେଚ୍ଛାସେବୀ ଭାବରେ ସମାଜର ମଙ୍ଗଳ ଦିଗରେ କାର୍ଯ୍ୟ କରିବାର ଶପଥ ପାଠ କରାଇବା ସହ ଧଣ୍ୟବାଦ ପୂର୍ବକ ଶିବିର ଉଦଯାପିତ କରିଥିଲେ।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories