www.samajalive.in
Sunday, December 7, 2025
13.1 C
Bhubaneswar

ଧାମନଗରରେ ପ୍ରଚାର ସରଗରମ

ଡେସ୍କ : ଭଦ୍ରକ ଜିଲ୍ଲା ଧାମନଗର ଉପନିର୍ବାଚନ ଲାଗି ପ୍ରଚାର ସରଗରମ ହୋଇ ଉଠିଛି । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନ ଧାମନଗର ଉପ ନିର୍ବାଚନ ପାଇଁ ଆଜିଠାରୁ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର ଚଳାଇଛନ୍ତି । ଶ୍ରୀ ପ୍ରଧାନ ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ଧାମନଗର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତରେ ସୂର୍ଯ୍ୟବଂଶୀ ସୂରଜଙ୍କ ଲାଗି ପଦଯାତ୍ରା କରିବା ସହ ପ୍ରଚାର କରିବେ । ଆଜି ଧାମନଗର ବ୍ଲକର ବିଭିନ୍ନ ସ୍ଥାନରେ ପ୍ରଚାର ଓ ପଦଯାତ୍ରା ସହିତ କେନ୍ଦ୍ରମନ୍ତ୍ରୀ ଲୁଣିଆ ସହିଦ ପୀଠରେ ଶ୍ରଦ୍ଧାଞ୍ଜଳି ମଧ୍ୟ ଜ୍ଞାପନ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତାକାଲି ଶ୍ରୀ ପ୍ରଧାନ ତିହିଡି ବ୍ଲକର ଅନେକ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପଦଯାତ୍ରା ମାଧ୍ୟମରେ ନିର୍ବାଚନ ପ୍ରଚାର କରିବେ । କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ମଧ୍ୟ ଆଜି ପ୍ରଚାର କାର୍ଯ୍ୟରେ ଯୋଗ ଦେଇଛନ୍ତି । ଆଗାମୀ ଦିନରେ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ସାଂସଦ ଜୁଏଲ ଓରାମ ଓ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଧାମନଗରକୁ ପ୍ରଚାରରେ ଆସିବେ ବୋଲି ଜଣାପଡିଛି।

ବରିଷ୍ଠ କଂଗ୍ରେସ ନେତା ସୁରେଶ ଚନ୍ଦ୍ର ରାଉତରାୟଙ୍କ ସମେତ ଦଳର ବିଭିନ୍ନ ନେତା ସେଠାରେ ପ୍ରଚାରର ମଙ୍ଗ ଧରିଛନ୍ତି । ସେହିପରି ବିଜେଡି ସାଂସଦ,ବିଧାୟକ ଓ ମନ୍ତ୍ରୀମାନେ ମଧ୍ୟ ଧାମନଗରରେ ଡେରା ପକାଇ ପ୍ରଚାର ଚଳାଇଛନ୍ତି। ଆସନ୍ତା ୧ ତାରିଖରେ ସନ୍ଧ୍ୟାରେ ପ୍ରଚାର ଶେଷ ହେବ।
ସୂଚନାଯୋଗ୍ୟ ଆସନ୍ତାମାସ ୩ ତାରିଖରେ ଧାମନଗର ଉପନିର୍ବାଚନଲାଗି ଭୋଟ୍‌‌ଗ୍ରହଣ ଅନୁଷ୍ଠିତ ହେବ ଏବଂ ୬ ତାରିଖରେ ଭୋଟ୍‌‌ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ । ଏହି ନିର୍ବାଚନ ମଣ୍ଡଳୀରେ ମୋଟ ୨ଲକ୍ଷ ୩୮ହଜାର ୪୧୭ ଭୋଟର ୨୫୨ଟି ମତଦାନ କେନ୍ଦ୍ରରେ ନିଜର ମତାଧିକାର ସାବ୍ୟସ୍ତ କରିବେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories