www.samajalive.in
Sunday, December 7, 2025
23.1 C
Bhubaneswar

ବାଜିଲା ଉପନିର୍ବାଚନ ବିଗୁଲ; ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ

ଭୁବନେଶ୍ୱର: ବାଜିଲା ଉପନିର୍ବାଚନ ବିଗୁଲ । ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ହେବା ନେଇ କୁହାଯାଇଛି । ଅକ୍ଟୋବର ୭ ତାରିଖରେ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ଅକ୍ଟୋବର ୧୪ ସୁଦ୍ଧା ଶେଷ ହେବ ପ୍ରାର୍ଥିପତ୍ର ଦାଖଲ । ତାହା ସହ ଅକ୍ଟୋବର ୧୭ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ବୋଲି କୁହାଯାଇଛି ।

ନଭେମ୍ବର ୭ ତାରିଖରେ ଭୋଟ୍‌ ଗଣତି ହେବା ସହ ଫଳାଫଳ ପ୍ରକାଶ ପାଇବ । ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଖାଲିପଡ଼ିଛି ଧାମନଗର ବିଧାନସଭା ଆସନ । ପୂର୍ବରୁ ବିଧାୟକଙ୍କ ଦେହାନ୍ତ ପରେ ବିଧାନସଭା ସଚିବଙ୍କ ପକ୍ଷରୁ ଉପନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପରେ ପରେ ରାଜ୍ୟ ରାଜନୀତିରେ ସରଗରମ ଦେଖିବାକୁ ମିଳିଥିଲା ।

- Advertisement -

ବିଧାୟକଙ୍କ ପରଲୋକକୁ ନେଇ କେନ୍ଦ୍ର ନିର୍ବାଚନ ଆୟୋଗଙ୍କୁ ମଧ୍ୟ ଅବଗତ କରାଯାଇଥିଲା । ହେଲେ ଆଜି ଧାମନଗରରେ ଉପନିର୍ବାଚନ ପାଇଁ ବିଗୁଲ ବାଜିଛି । ଉପନିର୍ବାଚନକୁ ନେଇ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟ ପୂର୍ବରୁ ପ୍ରତିକ୍ରିୟା ରଖିଛନ୍ତି । ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରସ୍ତୁତ ଥିବା କୁହାଯାଇଛି । କିନ୍ତୁ ବିରୋଧୀ ବିଜେପି ଓ କଂଗ୍ରେସ ଉପନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ଦେଖିବାକୁ ମିଳିଛି ।

 

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories