www.samajalive.in
Monday, December 8, 2025
24.1 C
Bhubaneswar

ଆଖଣ୍ଡଳମଣିଙ୍କୁ ଲାଗି ହେଲା ଧନୁମୁଆଁ ଭୋଗ: ଏକ ମାସ ପାଇଁ ପହିଲି ଅନ୍ନନୀତି ଭୋଗ ଆରମ୍ଭ

ଆରଡି : ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ବାବା ଆଖଣ୍ଡଳମଣିଙ୍କୁ ଲାଗି ହୋଇଛି ଧନୁମୁଆଁ ଭୋଗ। ମନ୍ଦିରରେ ପ୍ରଚଳିତ ବିରଜା ପଞିକା ଅନୁଯାୟୀ ପୌଷମାସର  ପ୍ରଥମଦିନ ହୋଇଥିବାରୁ ମଣିବାବାଙ୍କୁ ଏକମାସ ଧରି  ପହିଲି ଅନ୍ନନୀତି ଭୋଗ ଲାଗି କରାଯିବ। ଏଥିପାଇଁ  ଭୋର ୪ଟାରେ ଦ୍ବାରଫିଟା ଯିବା ପରେ ମଙ୍ଗଳ ଆଳତୀ, ମହାସ୍ନାନ, ଘର୍ଷଣଲାଗି ସମ୍ପନ୍ନ ହେବା ପରେ ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ  ସେବାୟତ ଓ ଭକ୍ତଙ୍କ ପକ୍ଷରୁ ଧନୁମୁଆଁ ଭୋଗ ଲାଗି କରାଯାଇଥିଲା। ପରେ ପହିଲି ଅନ୍ନନୀତି ଭୋଗ ଲାଗି ହେବା ପରେ  ସାହଣମେଲାରେ ଭକ୍ତମାନେ ଧାଡି ଦର୍ଶନ କରିଥିଲେ। ଅପରାହ୍ଣ ସୁଦ୍ଧା ସମସ୍ତ ସକାଳ ନୀତିକାନ୍ତି ସରିବା ପରେ ମଣିବାବାଙ୍କୁ  ବଡସିଂହାର ବେଶରେ ସଜ୍ଜିତ କରାଯାଇଥିଲା। ପରେ  ସନ୍ଧ୍ୟାରେ ଧନୁ ନୀତି ଭୋଗ ଲାଗି ହେବା ସହ  ବଡ ଆଳତୀ ଅନୁଷ୍ଠିତ ହୋଇଥିଲା। ଭକ୍ତମାନଙ୍କର ଭିଡକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ଓ ଆରଡି ଫାଣ୍ଡି ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories