www.samajalive.in
Saturday, December 6, 2025
26.1 C
Bhubaneswar

ସ୍କୁଲ ଜିପ୍‌ ଦୁର୍ଘଟଣା; ୨ଶିଶୁ ମୃତ, ୫ଆହତ

ଧର୍ମଶାଳା: ହିମାଚଳ ପ୍ରଦେଶର ଚାମ୍ବାରେ ଏକ ସ୍କୁଲ ଜିପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୨ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭରଙ୍କ ସମେତ ୭ଜଣ ଶିଶୁ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ଗତକାଲି ଚାମ୍ବାରେ ଏହି ଦୁର୍ଘଟଣା ଘଟିଥିଲା । ଘଟଣାସ୍ଥଳରେ ଜଣେ ଶିଶୁର ମୃତ୍ୟୁ ହୋଇଥିଲା । ଅନ୍ୟ ସମସ୍ତ ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ଆଜି ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି । ଫଳରେ ମୃତ ଶିଶୁଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଡ୍ରାଇଭର ସହ ଅନ୍ୟ ଚାରିଜଣ ପିଲା ଟାଣ୍ଡା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସମସ୍ତ ଆହତ ଶିଶୁଙ୍କ ଅବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories