www.samajalive.in
Sunday, December 14, 2025
26.1 C
Bhubaneswar

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ

ସମାଜ ଡିଜିଟାଲ ଡେସ୍କ: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ କରାଯାଇଛି। ହିମାଂଶୁ ନିଜ ଗାଡ଼ିରେ ଡିଡିଏମଙ୍କ ଅଫିସକୁ ବୈଠକ ପାଇଁ ଯାଉଥିବାବେଳେ ଯାଜପୁରର ବୁଢ଼ାପୋଲ ନିକଟରେ ତାଙ୍କୁ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ହିମାଂଶୁ ପୁଲିସ ନିକଟରେ କରିଥିବା ଅଭିଯୋଗ ଅନୁସାରେ, ରାସ୍ତା ବନ୍ଦ ଯୋଗୁ ତାଙ୍କ ଗାଡ଼ି ଅଟକିଥିଲା। ଏହି ସମୟରେ କିଛି ଲୋକ ମାଡ଼ି ଆସି ତାଙ୍କ ଗାଡ଼ିକୁ ରଡ୍‌ ଏବଂ ଠେଙ୍ଗାରେ ପିଟିଥିଲେ। ତାଙ୍କ ମାଡ଼ ମାରି ତାଙ୍କ ବେକରୁ ସୁନା ଚେନ ଛଡ଼ାଇ ନେଇଥିଲେ। ଆକ୍ରମଣ ସମୟରେ ଅଭିଯୁକ୍ତମାନେ ବବି ଭାଇ ଜିନ୍ଦାବାଦ ବୋଲି କହିଥିଲେ। ତୁରନ୍ତୁ ଏଠାରୁ ପଳା, ନଚେତ ଜୀବନରୁ ମାରିଦେବୁ ବୋଲି କହିଥିଲେ।

ତେବେ ଏହାକୁ ଖଣ୍ଡନ କରିଛନ୍ତି ପୂର୍ବତନ ବିଧାୟକ ବବି ଦାସ। ଘଟଣା ସମୟ​‌ରେ ସେ ଉପସ୍ଥିତ ନ ଥିବା କହିଛନ୍ତି। ତେବେ ଘଟଣା ପ୍ରତିବାଦରେ ବିଜେପି କର୍ମୀମାନେ ଘଟଣାସ୍ଥଳରେ ରାସ୍ତାରୋକୋ କରିଥିଲେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories