www.samajalive.in
Monday, December 15, 2025
24.1 C
Bhubaneswar

ଗାଁକୁ ‘ରଙ୍ଗବତୀ ବିଲୁଙ୍ଗ’ ନାମରେ ନାମିତ କରାଯିବା ପ୍ରସଙ୍ଗ; ସଙ୍ଗୀତ ଏବଂ ଗୀତିକାରଙ୍କୁ ଉପଯୁକ୍ତ ସମ୍ମାନ: ଧର୍ମେନ୍ଦ୍ର ପ୍ରଧାନ

• ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ
• ଗତବର୍ଷ ୧୮ ଡିସେମ୍ବରରେ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ପତ୍ର ଲେଖିଥିଲେ ଧର୍ମେନ୍ଦ୍ର
• ଚଳିତବର୍ଷ ଜାନୁଆରୀ ୩ରେ ପ୍ରତିଉତରରେ ଏହା ଉପରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ କେନ୍ଦ୍ର ଗୃହମନ୍ତ୍ରୀ
ଭୁବନେଶ୍ୱର : ରଙ୍ଗବତୀ ଗୀତର ଗୀତିକାର ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ବିଲୁଙ୍ଗକୁ ‘ରଙ୍ଗବତୀ ବିଲୁଙ୍ଗ’ ନାଁରେ ନାମିତ କରାଯିବା ଏହି ସଙ୍ଗୀତ ଏବଂ ଗୀତିକାରଙ୍କୁ ଉପଯୁକ୍ତ ସମ୍ମାନ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ସାଧୁ ଉଦ୍ୟମ ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଲୋକଗୀତ ରଙ୍ଗବତୀ ଓଡ଼ିଶାରୁ ବାହାରି ସମଗ୍ର ବିଶ୍ୱରେ ରାଜ୍ୟ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ତିଆରି
କରିପାରିଥିଲା। ଏହି ଗୀତର ଗୀତିକାର ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ବିଲୁଙ୍ଗକୁ ‘ରଙ୍ଗବତୀ ବିଲୁଙ୍ଗ’ ନାଁରେ ନାମିତ କରାଯିବା ଏହି ସଙ୍ଗୀତ ଏବଂ ଗୀତିକାରଙ୍କୁ ଉପଯୁକ୍ତ ସମ୍ମାନ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍‍ କରି କହିଛନ୍ତି।
ଉଲ୍ଲେଖନୀୟ ଯେ, ସମ୍ବଲପୁର ଜିଲ୍ଲା ବିଲୁଙ୍ଗ ରଙ୍ଗବତୀ କ୍ରୀଡା ସଂସ୍କୃତ ଏକାଡେମୀର ସଚିବ ମିତ୍ରଭାନୁ ଗୌନ୍ତିଆଙ୍କ ଅନୁରୋଧ କ୍ରମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତବର୍ଷ ୧୮ ଡିସେମ୍ବରରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କୁ ପତ୍ର ଲେଖି ବାମରା ତହସିଲ ଅଧୀନ ବିଲୁଙ୍ଗ ଗାଁକୁ ‘ରଙ୍ଗବତୀ ବିଲୁଙ୍ଗ’ ନାଁରେ ନାମିତ କରିବା ନେଇ ଖୁବଶୀଘ୍ର ଏଥିରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ। ରାଜ୍ୟ ସରକାର ମଧ୍ୟ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଏ ନେଇ ଜଣାଇଥିବା ସେ ପତ୍ରରେ ଉଲ୍ଲେଖ କରିଥିଲେ। ଏହାର ପ୍ରତି ଉତ୍ତରରେ ଶ୍ରୀ ଶାହ ଚଳିତବର୍ଷ ଜାନୁଆରୀ ୩ ତାରିଖରେ ଶ୍ରୀ ପ୍ରଧାନଙ୍କୁ ପତ୍ର ଲେଖି ଏହା ଉପରେ
ପଦକ୍ଷେପ ନିଆଯିବ ବୋଲି ଆଶ୍ୱାସନା ଦେଇଥିଲେ। ଏହି କ୍ରମରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏନଓସି ମିଳିବା ପରେ ବିଲୁଙ୍ଗ ଗାଁର ନାମ ରଙ୍ଗବତୀ ବିଲୁଙ୍ଗକୁ ପରିବର୍ତନ କରାଯାଇଛି। ଏ ନେଇ ଆଜି ରାଜ୍ୟ ସରକାରଙ୍କ ରାଜସ୍ୱ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories