www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଏବଂ ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡିଶାରେ ଦୁଇଟି ପ୍ରମୁଖ ଜନକଲ୍ୟାଣକାରୀ ଯୋଜନା ଯଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ(ଏନଡିଏଚ୍ଏମ୍) ଏବଂ ଆୟୁଷ୍ମାନଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମଜେଏୱାଇ) ଲାଗୁ କରିବା ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଯୋଜନା ଗୁଡିକ ଓଡିଶାବାସୀଙ୍କ ଜୀବନରେ ଉନ୍ନତି ଆଣିବାରେ ଅପାର ସମ୍ଭାବନାର ସୁଯୋଗ ରଖିଛି ବୋଲି ଶ୍ରୀ ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି।
ଶ୍ରୀ ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି ଚଳିତବର୍ଷ ଅଗଷ୍ଟ ୧୫ ତାରିଖ ତଥା ୭୪ ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀର ଲାଲକିଲ୍ଲାରୁ ଜାତୀୟ ଡିଜିଟାଲ୍ ସ୍ୱାସ୍ଥ୍ୟ ମିଶନ ଶୁଭାରମ୍ଭ କରିଥିଲେ। ଏହି ମିଶନ ଟେକ୍ନୋଲୋଜି ମାଧ୍ୟମରେ ଆମ ରାଜ୍ୟର ପ୍ରବାସୀଙ୍କ ସମେତ ଦେଶର ସମସ୍ତ ନାଗରିକଙ୍କୁ ସ୍ୱାସ୍ଥ୍ୟ ସୁବିଧା ଯୋଗାଇଦେବାରେ ସହାୟକ ହେବ ବୋଲି ସେ କହିଥିଲେ।
ସ୍ୱେଚ୍ଛାକୃତ ସ୍ୱାସ୍ଥ୍ୟସେବା କାର୍ଯ୍ୟକ୍ରମ ଜାତୀୟ ଡିଜିଟାଲ୍ ସ୍ୱାସ୍ଥ୍ୟ ମିଶନ ଦେଶରେ ଡିଜିଟାଲ ସ୍ୱାସ୍ଥ୍ୟ ଭିତିଭୂମି ତିଆରି କରିବ। ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ଇଣ୍ଡିଆ ଦୂରଦୃଷ୍ଟିରେ ଜାତୀୟ ଡିଜିଟାଲ୍ ସ୍ୱାସ୍ଥ୍ୟ ମିଶନ ସ୍ୱତନ୍ତ୍ର ସ୍ୱାସ୍ଥ୍ୟସେବା ଆଇଡି(ୟୁଏଚ୍ଆଇଡି) ମାଧ୍ୟମରେ ଇ-ଗଭର୍ଣ୍ଣାସରେ ଦେଶର ପ୍ରତ୍ୟେକ ନାଗରିକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇବାରେ ନୂଆ ସ୍ତରକୁ ନେଇଯିବ। ସ୍ୱତନ୍ତ୍ର ସ୍ୱାସ୍ଥ୍ୟସେବା ଆଇଡି ଦ୍ୱାରା ଦେଶର ପ୍ରତ୍ୟେକ ନାଗରିକମାନେ ସବୁ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ଯଥା ମେଡିକାଲ ପରୀକ୍ଷା, ପୂର୍ବ ଔଷଧୀୟ ସୂଚି, ରୋଗ ନିରାକରଣ, ଚିକିତ୍ସା ଉପଚାର, ସବୁ ସ୍ୱାସ୍ଥ୍ୟସେବା ରେକର୍ଡର ସୁବିଧା ଇତ୍ୟାଦି ପାଇପାରିବେ। ସ୍ୱତନ୍ତ୍ର ସ୍ୱାସ୍ଥ୍ୟସେବା ଆଇଡି ମାଧ୍ୟମରେ ଦେଶର ଲୋକମାନେ ଯେକୌଣସି ସ୍ଥାନରେ ଡାକ୍ତରଙ୍କୁ ଖୋଜି ପାଇପାରିବେ, ସେମାନଙ୍କ ଠାରୁ ସାକ୍ଷାତକାର୍ କରିବା ପାଇଁ ସମୟ ନେଇପାରିବେ, ପେମେଂଟ୍ କରିପାରିବେ, ପ୍ରେସ୍କିପସନ୍କୁ ନେଇ ଡାକ୍ତରଙ୍କ ପରାମର୍ଶ ନେବା ସହ ଦେଖା ମଧ୍ୟ କରିପାରିବେ। ଏହା ଦ୍ୱାରା ସମସ୍ତେ ଟେକ୍ନୋଲୋଜି ମାଧ୍ୟମରେ ଉନ୍ନତରୁ ଉନ୍ନତମାନର ସ୍ୱାସ୍ଥ୍ୟସେବାର ଲାଭ ପାଇପାରିବେ। ଜାତୀୟ ଡିଜିଟାଲ୍ସ୍ୱା ସ୍ଥ୍ୟ ମିଶନ ଦେଶର ସ୍ୱାସ୍ଥ୍ୟ କ୍ଷେତ୍ରରେ ଏକ ନୂଆ ବିପ୍ଳବ ଆଣିବ ଓ ଏଥିରେ ସ୍ୱାସ୍ଥ୍ୟସେବା ପାଇବାରେ ସମସ୍ୟାର ସାମ୍ନା କରୁଥିବା ବ୍ୟକ୍ତିମାନଙ୍କ ପାଇଁ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଇବାରେ ଟେକ୍ନୋଲୋଜି ଅଗ୍ରଣୀ ଭୂମିକା ଗ୍ରହଣ କରିବ। ଜାତୀୟ ଡିଜିଟାଲ୍ ସ୍ୱାସ୍ଥ୍ୟ ମିଶନ କେବଳ ଦେଶରେ ସ୍ୱାସ୍ଥ୍ୟସେବା ଯୋଗାଇଦେବାର ଦକ୍ଷତା, କାର୍ଯ୍ୟକାରିତା ଏବଂ ସ୍ୱଚ୍ଛତାକୁ ଉନ୍ନତ କରିବ ନାହିଁ ବରଂ ଆର୍ଥିକ ସଂକଟରୁ ରକ୍ଷା କରିବ। ଏହାସହ ଜାତି ସଂଘର ସଷ୍ଟେନେବୁଲ୍ ଡେଭଲପମେଂଟ୍ ଗୋଲ ୩.୮ରେ ସୂଚିତ ଥିବା ସମସ୍ତଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବା ଦିଗରେ ମଧ୍ୟ ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଅଗ୍ରସର ହେବ।
ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ‘ସୁସ୍ଥ ଭାରତ’ ଦ୍ୱାରା ଆତ୍ମନିର୍ଭର ଭାରତର ନିର୍ମାଣ ହେଉ ; ବିଶେଷ ଭାବରେ ଆବଶ୍ୟକ କରୁଥିବା ବ୍ୟକ୍ତିଙ୍କ ପାଇଁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଆମ ସମସ୍ତଙ୍କ କଳ୍ପନା ରହିଛି। ସାଂପ୍ରତିକ ସମୟରେ କୋଭିଡ-୧୯ ମହାମାରୀରେ ବାହାରେ କାମ କରୁଥିବା ଲୋକମାନେ ସାମାଜିକ କଲ୍ୟାଣକାରୀ ଯୋଜନା ପାଇବାରେ ଅସୁବିଧା ଭୋଗୁଛନ୍ତି। ଦେଶବ୍ୟାପୀ ସ୍ୱତନ୍ତ୍ର ସ୍ୱାସ୍ଥ୍ୟସେବା ପରିଚୟ ପ୍ରବାସୀ ତଥା ବାହାରେ କାମ କରୁଥିବା ଲୋକଙ୍କୁ ଲାଭ ଦେବ। ଏହାଦ୍ୱାରା ସ୍ୱାସ୍ଥ୍ୟସେବା ପାଉନଥିବା ଦୁର୍ଗମ ଅଞ୍ଚଳରେ ରହୁଥିବା ଲୋକମାନେ ମଧ୍ୟ କମ୍ ମୂଲ୍ୟରେ ଉତମ ସ୍ୱାସ୍ଥ୍ୟସେବାର ସୁବିଧା ପାଇପାରିବେ। ଜାତୀୟ ଡିଜିଟାଲ୍ସ୍ୱା ସ୍ଥ୍ୟ ମିଶନ ସ୍ୱାସ୍ଥ୍ୟସେବା ପ୍ରଦାନ କରୁଥିବା ସଂସ୍ଥାକୁ ମଧ୍ୟ ସଶକ୍ତ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି।
ଜାତୀୟ ସ୍ୱାସ୍ଥ୍ୟ ବିଭାଗ(ଏନ୍ଏଚ୍ଏ୍) ଦ୍ୱାରା ଜାତୀୟ ଡିଜିଟାଲ୍ ସ୍ୱାସ୍ଥ୍ୟ ମିଶନକୁ ବିକଶିତ କରାଯାଇଛି। ଏହାକୁ କେନ୍ଦ୍ରଶାସିତ ଅଂଚଳ ଯଥା ଚଣ୍ଡିଗଡ, ଲଦାଖ, ଦାଦ୍ରା ଏବଂ ନଗରହାବେଳି, ଡାମନ ଏବଂ ଡିଉ, ପୁଡୁଚେରି, ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ ଲାକ୍ଷାଦୀପରେ ପାଇଲଟ୍ ମୋଡରେ ଲାଗୁ କରାଯାଉଛି। ରାଜ୍ୟରେ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଗଲେ ଜାତୀୟ ଡିଜିଟାଲ୍
ସ୍ୱାସ୍ଥ୍ୟ ମିଶନ ସ୍ୱାସ୍ଥ୍ୟସେବା ଅଧକରୁ ଅଧିକ ଲୋକଙ୍କୁ ଲାଭ ଦେବ। ପ୍ରଧାନମନ୍ତ୍ରୀଙ୍କ କହିବାନୁଯାୟୀ ଆୟୁଷ୍ମାନ ଭାରତ ବିଶ୍ୱର ସର୍ବବୃହତମ ସ୍ୱାସ୍ଥ୍ୟସେବା କାର୍ଯ୍ୟକ୍ରମ ଏବଂ ଗରିବଙ୍କ ପାଇଁ ସୁଯୋଗ ଓ ଗେମ୍ ଚେଞ୍ଜର ହେବ। ଏହି ଯୋଜନାରେ ଓଡିଶାର ୬୦ ଲକ୍ଷରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କ ସମେତ ଦେଶର ୫୦ କୋଟି ହିତାଧିକାରୀଙ୍କୁ ଅନ୍ତର୍ଭୃକ୍ତ କରିବାର ଯୋଜନା ରହିଛି। ଶ୍ରୀ ପ୍ରଧାନ ଏବଂ ଓଡିଶାର ଜନପ୍ରତିନିଧି ମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପୂର୍ବରୁ ଅନୁରୋଧ କରିଥିଲେ। ତେଣୁ ଏହି ଯୋଜନାକୁ ରାଜ୍ୟରେ ଲାଗୁ କରିବା ସହ ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନକୁ ଲାଗୁ କରିବା ପାଇଁ ସମର୍ଥନ ଦେବାକୁ ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏହି କାର୍ଯ୍ୟକ୍ରମ ଲାଗୁ ହେଲେ ଓଡିଶାର ଲୋକମାନେ ସଠିକ୍ ସମୟରେ କମ୍ ମୂଲ୍ୟରେ ସ୍ୱାସ୍ଥ୍ୟସେବା ପାଇପାରିବେ ବୋଲି ଶ୍ରୀ ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories