www.samajalive.in
Saturday, December 13, 2025
23.1 C
Bhubaneswar

ମହେନ୍ଦ୍ରଗିରିର ବିକାଶ ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଭାରତ ସରକାରଙ୍କ ସ୍ୱଦେଶ ଦର୍ଶନ ଯୋଜନାର ରାମାୟଣ ସର୍କିଟ୍‍ ଅଧୀନରେ ମହେନ୍ଦ୍ରଗିରିର ବିକାଶ ପାଇଁ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରଣାଳୟକୁ ସହଯୋଗ କରିବା ସହ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗକୁ ଏଥିପାଇଁ ପ୍ରସ୍ତାବ ଦେବାକୁ ନିର୍ଦ୍ଦେଶ ଦେବା ପାଇଁ ପତ୍ର ଲେଖି ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ପ୍ରଧାନ ଉକ୍ତ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଭାରତ ସରକାରଙ୍କ ଏହି ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ପୂର୍ବରୁ ସ୍ୱଦେଶ ଦର୍ଶନ ଯୋଜନାରେ ରାମାୟଣ ସର୍କିଟ ଅଧୀନରେ ମହେନ୍ଦ୍ରଗିରିର ବିକାଶ ପାଇଁ ପ୍ରସ୍ତାବ ଦେବା ପାଇଁ ଓଡିଶା ସରକାରଙ୍କୁ ଅନୁରୋଧ କରାଯାଇଥିଲା। ମାତ୍ର ରାଜ୍ୟ ସରକାର ଏପର୍ଯ୍ୟନ୍ତ ବିଭାଗୀୟ ମନ୍ତ୍ରଣାଳୟକୁ ଏହି ପ୍ରସ୍ତାବ ପଠାଇନଥିବା ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି। ଭାରତ ସରକାରଙ୍କ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରଣାଳୟ ସ୍ୱଦେଶ ଦର୍ଶନ ଯୋଜନାରେ ପର୍ଯ୍ୟଟନ ସୁବିଧାକୁ ବିକଶିତ କରିବା ପାଇଁ ଓଡିଶାର ବିଭିନ୍ନ ସ୍ଥାନକୁ ଚିହ୍ନଟ କରିଛି। ଓଡ଼ିଶାରେ ଥିବା ପର୍ଯ୍ୟଟନସ୍ଥଳୀ ଯଥା ରାମାୟଣ ସର୍କିଟ ଅଧିନରେ ମହେନ୍ଦ୍ରଗିରି, କ୍ରୀଷ୍ଣା ସର୍କିଟ ଅଧିନରେ ପୁରୀ ଏବଂ ଉପକୂଳ ସର୍କିଟ ଅଧୀନରେ ଗୋପାଳପୁର, ବରକୁଳ, ସାତପଡ଼ା ଓ ଟମ୍ପପଡା ଭଳି ସ୍ଥାନକୁ ଚିହ୍ନଟ କାରାଯାଇଛି। ୨୦୧୬-୧୭ ଆର୍ଥିକ ବର୍ଷରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରଣାଳୟ ସ୍ୱଦେଶ ଦର୍ଶନ ଯୋଜନାରେ ଉପକୂଳ ସର୍କିଟ ଅଧୀନରେ ଗୋପାଳପୁର, ବରକୁଳ, ସାତପଡ଼ା ଓ ଟମ୍ପପଡାର ବିକାଶ ପାଇଁ ୭୦.୮୨ କୋଟି ଟଙ୍କା ମଞ୍ଜୁର କରିଥିଲା।

- Advertisement -

ଆହୁରି ମଧ୍ୟ ସେ ଉଲ୍ଲେଖ କରିଛନ୍ତି, ମହେନ୍ଦ୍ରଗିରି ପୂର୍ବଘାଟରେ ଅବସ୍ଥିତ ଏବଂ ଏହା ମହେନ୍ଦ୍ରଗିରି ପର୍ବତ ଭାବରେ ରାମାୟଣର କଥାବସ୍ତୁ ସହ ଜଡିତ। କୁହାଯାଏ ଯେତେବେଳେ ଭଗବାନ ରାମ ଭଗବାନ ଶିବଙ୍କ ଧନୁକୁ ଭାଙ୍ଗିଥିଲେ ପର୍ଶୁରାମ ମହେନ୍ଦ୍ରଗିରି ପର୍ବତ ଉପରେ ତପସ୍ୟା କରିଥିଲେ। ମହେନ୍ଦ୍ରଗିରିରେ ଧାର୍ମିକ ଗୁରୁତ୍ୱ ଥିବା ହେତୁ ଏଠାରେ ସାମାଜିକ-ସାଂସ୍କୃତିକ ପର୍ଯ୍ୟଟନର ବିକାଶ ପାଇଁ ଆନେକ ସମ୍ଭାବନା ରହିଛି। ମହେନ୍ଦ୍ରଗିରିରେ ପର୍ଯ୍ୟଟନ ସ୍ଥଳର ବିକାଶ ହେଲେ ସ୍ଥାନୀୟ ଅଞ୍ଚଳରେ ଅଧିକ ନିଯୁକ୍ତି ସୃଷ୍ଟି ହେବ ଏବଂ
ଅର୍ଥନୈତିକ ବିକାଶ ମଧ୍ୟ ତ୍ୱରାନ୍ୱିତ କରିବ। ତେଣୁ ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ କରି କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ବିଭାଗକୁ ସହଯୋଗ କରିବା ସହ ସ୍ୱଦେଶ ଦର୍ଶନ ଯୋଜନାରେ ରାମାୟଣ ସର୍କିଟ ଅଧିନରେ ମହେନ୍ଦ୍ରଗିରିର ଉନ୍ନତି ପାଇଁ ନିର୍ଦ୍ଦିଷ୍ଟ ବିଭାଗକୁ ପ୍ରସ୍ତାବ ଦେବା ପାଇଁ ନିର୍ଦ୍ଦେଶ ଦେବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories