www.samajalive.in
Monday, December 8, 2025
13.1 C
Bhubaneswar

ପଞ୍ଚାୟତ ନିର୍ବାଚନରେ ଶାସକ ଦଳର ହିଂସା ଏବଂ ଅରାଜକତାକୁ ଦୃଢ଼ ନିନ୍ଦା କରୁଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ଶାସକ ଦଳର ହିଂସା ଓ ଅରାଜକତାକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ, ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ତୃଣମୂଳ ସ୍ତରରେ ଭୋଟ୍ ଦେବା ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ ଦେଖାଯାଇଛି । ଏହା ଆମର ଗଣତନ୍ତ୍ର ପାଇଁ ଏକ ଶୁଭ ସଙ୍କେତ । କିନ୍ତୁ ଆଜି ଧର୍ମଶାଳା, ଯାଜପୁର, ବ୍ରହ୍ମଗିରି, ଅନୁଗୋଳ, ହିନ୍ଦୋଳ, ଭଦ୍ରକ, କଣାସ, ଜଳେଶ୍ୱର, ବାଙ୍ଗିରିପୋଷୀ, ଭଟଲି ଓ ପାଟଣାଗଡ଼ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଘଟିଥିବା ଗଣମାଧ୍ୟମରେ ପ୍ରକାଶ ପାଇଛି । ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ନିର୍ବାଚନୀ ହିଂସା ମଧ୍ୟ ଘଟିଛି । ଏହା ଚିନ୍ତାଜନକ ଓ ଦୁଃଖଦାୟକ ।

ହିଂସା ଦ୍ୱାରା ଗଣତନ୍ତ୍ରର ଏହି ମହାନ ପର୍ବରେ ବ୍ୟାଘାତ୍ ଆସିବା ଅନୁଚିତ । ଶାସକ ଦଳର ହିଂସା ଓ ଅରାଜକତାକୁ ମୁଁ ଦୃଢ଼ ଭାବେ ନିନ୍ଦା କରୁଛି । ଓଡ଼ିଶା ପ୍ରଶାସନ ଠିକ୍ ଭାବରେ ନିଜର କାର୍ୟ୍ୟ କରିବା ସହ ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ । ରାଜ୍ୟରେ ପଞ୍ଚାୟତ ସ୍ତରରେ ଆହୁରି ୪ଟି ପର୍ୟ୍ୟାୟରେ ମତଦାନ ହେବାକୁ ଯାଉଛି । ତେଣୁ ରାଜ୍ୟ ନିର୍ବାଚନ ଆୟୋଗ ନିର୍ବାଚନୀ ହିଂସାରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ଏବଂ ଆଗାମୀ ପର୍ୟ୍ୟାୟରେ ମତଦାନ କିଭଳି ଶାନ୍ତିପୂର୍ଣ୍ଣ ହେବ ସେ ଦିଗରେ ଧ୍ୟାନ ଦେବେ ବୋଲି ମୁଁ ଆଶା କରୁଛି ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories