www.samajalive.in
Saturday, December 13, 2025
26.1 C
Bhubaneswar

ରାଜନୈତିକ ହିଂସା ପାଲଟିଛି ରାଜ୍ୟର ସରକାରୀ ଅସ୍ତ୍ର – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଡେସ୍କ: ରାଜନୀତିରେ ହିଂସାର ସ୍ଥାନ ନାହିଁ ଏବଂ ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦ ଯୋଡ଼ିବା କଥା କହି ଅନ୍ୟ ପକ୍ଷରେ ହିଂସା କରି ବିରୋଧୀ ରାଜନୈତିକ ଶକ୍ତିଙ୍କୁ ହିଂସାରେ ଶେଷ କରିଦେବାର ଅଲିଖିତ ଘୋଷଣାନାମା ପରି ପରିସ୍ଥିତି ରାଜ୍ୟରେ ସୃଷ୍ଟି ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରିଛନ୍ତି। ଅନୁଗୋଳ ଜିଲ୍ଲାରେ ନିର୍ବାଚନୀ ପରବର୍ତୀ ହିଂସା ଓ ଏଥିରେ ଛେଣ୍ଡିପଦା ଅଂଚଳରେ ବିଜେପି କାର୍ଯ୍ୟକର୍ତା ସାଗର ପ୍ରଧାନଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଘଟଣାରେ ଦୁଃଖ ପ୍ରକାଶ କରି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହି ଘଟଣାରେ ମୁଁ ଦୁଃଖିତ ଓ ମର୍ମାହତ। ପଂଚାୟତ, ପୌର ନିର୍ବାଚନ ଓ ପରବର୍ତୀ ସମୟରେ ସାରା ରାଜ୍ୟରେ ରାଜନୈତିକ ହିଂସା ଥମିବାର ନାଁ ନେଉନାହିଁ, ଯାହା ଓଡିଶା ପାଇଁ ଚିନ୍ତାର ବିଷୟ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଛେଣ୍ଡିପଦା ସମେତ ସାରା ରାଜ୍ୟରେ ପ୍ରତିଦିନ ଅସହିଷ୍ଣୁତାର ରାଜନୈତିକ ହିଂସା ଘଟାଉଥିବା ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ପୁଲିସ ଓ ପ୍ରଶାସନ ଆଇନ ଅନୁସାରେ ନିରପେକ୍ଷତାର ସହିତ କଠୋର କାର୍ଯ୍ୟାନୁଷ୍ଠାନ ନେବା ଅତ୍ୟନ୍ତ ଜରୁରୀ ବୋଲି ଟ୍ୱିଟ୍‍ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories