www.samajalive.in
Thursday, December 11, 2025
16.1 C
Bhubaneswar

ଆଲୁମିନିୟମ ପରିବହନ ଓ ଦୈନିକ ମଜୁରୀ ବୃଦ୍ଧି ନେଇ କେନ୍ଦ୍ର ଖଣିମନ୍ତ୍ରୀଙ୍କ ଆଲୋଚନା କଲେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଡେସ୍କ: ଅନୁଗୋଳ ଓ କୁଲାଡ଼ ଟ୍ରକ ମାଲିକ ସଂଘର ଦାବୀକୁ ନେଇ ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା କରିଛନ୍ତି। ଟ୍ରକ ମାଧ୍ୟମରେ ଆଲୁମିନିୟମ ପରିବହନ କାର୍ଯ୍ୟ କିପରି ସୁଚାରୁ ରୂପେ ହୋଇପାରିବ ସେ ନେଇ ବିସ୍ତୃତ ଆଲୋଚନା ହୋଇଥିବା ଶ୍ରୀ ପ୍ରଧାନ ଟ୍ୱିଟ କରିଛନ୍ତି। ଏହାସହ କୋଇଲା ଓ ଖଣି କ୍ଷେତ୍ରରେ କାମ କରୁଥିବା ଠିକା ଶ୍ରମିକଙ୍କ ଦୈନିକ ମଜୁରୀକୁ ଯଥେଷ୍ଟ ବୃଦ୍ଧି କରିବା ସହ ଉଚ୍ଚସ୍ତରୀୟ କମିଟିର ସୁପାରିଶକୁ ଲାଗୁ କରିବା ନେଇ ମଧ୍ୟ ଆଲୋଚନା ହୋଇଛି।

ଏହି ଆଲୋଚନା କାଳରେ ନାଲକୋ ଦ୍ୱାରା ସ୍ମେଲଟର ପ୍ଲାଣ୍ଟର ସମ୍ପ୍ରସାରଣ ସହ କୋଇଲା ଖନନ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସିଏସଆର ଖର୍ଚ୍ଚ ଅଟକଳକୁ ବୃଦ୍ଧି କରି ଲୋକଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଭିତ୍ତିଭୂମି, ପାନୀୟ ଜଳ, ମୌଳିକ ସମସ୍ୟାକୁ ପ୍ରାଥମିକତା ଦେବାକୁ ଆଲୋଚନା ହୋଇଛି। ରାଜ୍ୟବାସୀଙ୍କ ହିତ ଦୃଷ୍ଟିରୁ କିଭଳି କୋଇଲା ଓ ଖଣି ବିଭାଗର କାର୍ଯ୍ୟ ତ୍ୱରାନ୍ୱିତ କରାଯାଇ ପାରିବ ସେ ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ଯୋଶୀ କହିଛନ୍ତି। ଓଡ଼ିଶାର ବିକାଶ ଓ ସ୍ୱାର୍ଥକୁ ଦୃଷ୍ଟିରେ ରଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ମନ୍ତ୍ରୀ ଶ୍ରୀ ପ୍ରଧାନ ବିଭାଗୀୟ ମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଅନୁରୋଧ କରିଛନ୍ତି। ସମସ୍ତ ବିଷୟକୁ ଅନୁଧ୍ୟାନ କରାଯାଇ ଉଚିତ୍ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀ ଆଶ୍ୱସ୍ତ କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories