www.samajalive.in
Monday, December 15, 2025
15.1 C
Bhubaneswar

ଭାଷ୍ୟକାର ରଜତ କରଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଡେସ୍କ: ବିଶିଷ୍ଟ ଶିକ୍ଷାବିତ୍, ନାଟ୍ୟକାର, ଜଗନ୍ନାଥ ସଂସ୍କୃତିର ପ୍ରଚାରକ ଓ ପ୍ରବକ୍ତା ପଦ୍ମଶ୍ରୀ ଡ଼. ରଜତ କରଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ କରି କହିଛନ୍ତି, ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ରଜତ କରଙ୍କ ଅବଦାନ ଅକଳ୍ପନୀୟ। ସାହିତ୍ୟ କ୍ଷେତ୍ରରେ ନିଜର ଅନନ୍ୟ ସାଧନା ପାଇଁ ସେ ଓଡ଼ିଆ ପାଠକଙ୍କ ନିକଟରେ ଯଶସ୍ୱୀ ହୋଇପାରିଥିଲେ। ଟିଭି ଓ ରେଡ଼ିଓରେ ରଥଯାତ୍ରାର ଭାଷ୍ୟକାର ଭାବେ ଓଡ଼ିଆ ଜନମାନସରେ ସେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।

ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ଜଗନ୍ନାଥ ସଂସ୍କୃତି ଓ ରୀତିନୀତିକୁ ନେଇ ତାଙ୍କର କାଳଜୟୀ ସାହିତ୍ୟ ରଚନା ଚିର ସ୍ମରଣୀୟ ହୋଇ ରହିବ। ଲୋକନାଟ୍ୟ ‘ପାଲା’କୁ ଜୀବନ୍ତ ରଖିବାରେ ମଧ୍ୟ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ତାଙ୍କ ବିୟୋଗରେ ଓଡ଼ିଶା ଜଗନ୍ନାଥ ସଂସ୍କୃତିର ଜଣେ ଉଚ୍ଚକୋଟୀର ଗବେଷକ ଓ ସୁବକ୍ତାଙ୍କୁ ହରାଇଲା। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ମନ୍ତ୍ରୀ ଶ୍ରୀ ପ୍ରଧାନ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories