www.samajalive.in
Saturday, December 13, 2025
26.1 C
Bhubaneswar

ମା’ ଡାକେଶ୍ୱରୀଙ୍କ ଆଶୀର୍ବାଦ ନେଇ ନିର୍ବାଚନ ପ୍ରଚାର ଆରମ୍ଭ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଅନୁଗୁଳ ଜିଲା ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମରେ ନବ ପ୍ରତିଷ୍ଠିତ ମା’ ଡାକେଶ୍ୱରୀ ଦେବୀଙ୍କର ଆଶୀର୍ବାଦ ନେଇ ବହୁ ସାଧୁ ସନ୍ଥ, ମହିମା ଧର୍ମାବଲମ୍ବୀ ଓ କୀର୍ତ୍ତନ ମଣ୍ଡଳୀଙ୍କ ଗହଣରେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି ଯେ, ବ୍ରାହ୍ମଣବିଲ ଗ୍ରାମରେ ନବ ପ୍ରତିଷ୍ଠିତ ମା’ ଡାକେଶ୍ୱରୀ ଦେବୀଙ୍କ ଶୀତଳା ତଥା ‘ଏକୋଇଶିଆ ଉତ୍ସବ’ରେ ସାମିଲ ହୋଇ ଆନନ୍ଦିତ। ମା’ ଡାକେଶ୍ୱରୀଙ୍କ ଡାକରା କ୍ରମେ ତାଙ୍କର ଦର୍ଶନ ଲାଭ କରିବା ପରମ ସୌଭାଗ୍ୟର ବିଷୟ। ଦଳ ତରଫରୁ ସମ୍ବଲପୁର ଲୋକସଭାର ପ୍ରାର୍ଥୀ ଭାବେ ମୋତେ ଦାୟିତ୍ୱ ଦିଆଯାଇଛି। ମା’ ଡାକେଶ୍ୱରୀଙ୍କ ଶୁଭ ଆଶୀର୍ବାଦ ନେଇ ଆଜି ଠାରୁ ମୋଦୀ ପ୍ରଚାର ଅଭିଯାନ ଆରମ୍ଭ କଲି। ନରେନ୍ଦ୍ର ମୋଦୀଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବା ତଥା ଓଡ଼ିଶାରେ ଡବଲ ଇଞ୍ଜିନ ସରକାର କରିବା ପାଇଁ ଏହି ପବିତ୍ର ଭୂମିରୁ ମୋର ନିର୍ବାଚନ ପ୍ରଚାର ଆରମ୍ଭ କରାଗଲା।

କେନ୍ଦ୍ରମନ୍ତ୍ରୀ ଆହୁରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଗରିବ କଲ୍ୟାଣ, ଆତ୍ମନିର୍ଭର ଭାରତ, ଭବିଷ୍ୟତରେ ଭାରତକୁ ନୂଆ ଶିଖରକୁ ନେବା ହେଉଛି ନିର୍ବାଚନର ମୂଳ ପ୍ରସଙ୍ଗ। ମୋଦୀଙ୍କ ନେତୃତ୍ୱରେ ଭାରତ ନିଜର ସ୍ଥାନ ନିରୁପଣ କରିସାରିଛି। ଗୌରବଶାଳୀ ଭାରତ ଆଜି ଆତ୍ମବିଶ୍ୱାସର ସହ ଆଗକୁ ବଢୁଛି। ଗରିବଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା ଆରମ୍ଭ ହୋଇଛି। ବିରୋଧୀ ଭ୍ରଷ୍ଟାଚାରୀଙ୍କୁ ସୁରକ୍ଷା ଦେଉଥିବା ବେଳେ ମୋଦିଜୀ ସେମାନଙ୍କୁ ହଟାଇବାରେ ଲାଗିଛନ୍ତି। ଦୁର୍ନୀତିକାରୀଙ୍କୁ ସୁରକ୍ଷା ଦେବା ବିରୋଧୀଙ୍କ ପ୍ରସଙ୍ଗ ହୋଇଥିବା ବେଳେ ଭ୍ରଷ୍ଟାଚାରୀଙ୍କୁ ବିତାଡିତ କରିବା ମୋଦିଜୀଙ୍କ ନାରା ହୋଇଛି। ବିକଶିତ ଓଡ଼ିଶା ଓ ବିକଶିତ ଭାରତ ନିର୍ବାଚନ ମୂଳ ବିଷୟ।

- Advertisement -

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଦୀର୍ଘ ୨୫ ବର୍ଷ ଧରି ସ୍ଥାନୀୟ ସରକାର ସବୁ କ୍ଷେତ୍ରରେ ବିଫଳ ହୋଇଛି। ଗାଁ ଗାଁରେ ସ୍ୱଚ୍ଛ ପିଇବା ପାଣି ନାହିଁ। ସମ୍ବଲପୁର ଜିଲ୍ଲାର ହାରାକୁଦ ଭଳି ଅଞ୍ଚଳରେ ଡାଇରିଆ ବ୍ୟାପି ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକମାନେ ଆକ୍ରାନ୍ତ ହୋଇ ମେଡିକାଲ ଚିକିତ୍ସାଧୀନ ଅଛନ୍ତି । ଦୀର୍ଘ ୨୫ ବର୍ଷ ସରକାରରେ ନାଗରିକଙ୍କୁ ସ୍ୱଚ୍ଛ ପାନୀୟ ଜଳ ମିଳିନାହିଁ। ଯୁବବର୍ଗଙ୍କୁ ରୋଜଗାର ମିଳିନାହିଁ। ଭ୍ରଷ୍ଟାଚାର ଚରମ ସୀମାରେ ପହଞ୍ଚିଛି। ମହିଳା ଅତ୍ୟାଚାରରେ ଓଡ଼ିଶା ଜାତୀୟ ସ୍ତରରେ ବଦନାମ ହେଉଛି। ଓଡ଼ିଶାରୁ ଏଥିରୁ ମୁକ୍ତି ଦେବା ପାଇଁ ମୋଦୀଙ୍କ ଡବଲ ଇଞ୍ଜିନ ସରକାର ଆଣିବାକୁ ପଡିବ ବୋଲି ସେ କହିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories