www.samajalive.in
Friday, December 5, 2025
23.1 C
Bhubaneswar

ସମ୍ବଲପୁରରେ ଗଣପର୍ବ ‘ନୂଆଁଖାଇ’ ପାଳିବେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର/ସମ୍ବଲପୁର : ଚାଷୀ ଓ ଚାଷୀର ଉନ୍ନତି, ସମସ୍ତଙ୍କର ଖାଦ୍ୟ ସୁରକ୍ଷା, ବନ୍ଧୁମିଳନ ତଥା ଗୁରୁଜନଙ୍କୁ ସମ୍ମାନ ଜଣାଇବା ନୂଆଁଖାଇ ପର୍ବର ଅନନ୍ୟ ବିଶେଷତ୍ୱ ବୋଲି କୃଷିଭିତ୍ତିକ ଗଣପର୍ବ ‘ନୂଆଁଖାଇ’ର ଶୁଭେଚ୍ଛା ଜଣାଇବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ନୂଆଁଖାଇ କେବଳ ନବାନ୍ନ ସେବନର ପର୍ବ ନୁହେଁ, ଏହା ମଧ୍ୟ ବନ୍ଧୁମିଳନ ଓ ଗୁରୁଜନଙ୍କ ପ୍ରତି ସମ୍ମାନର ପର୍ବ। ସେଥିପାଇଁ ଆମର ନୂଆଁଖାଇ ମହାନ ଓ ଅନନ୍ୟ ବୋଲି ସେ କହିଛନ୍ତି।
ଆଜି ନୂଆଁଖାଇ ଉପଲକ୍ଷେ ଶ୍ରୀ ପ୍ରଧାନ ପ୍ରଥମେ ସମ୍ବଲପୁର ମାନେଶ୍ବର ବ୍ଲକ ସିନ୍ଦୁରପଙ୍କରେ ନୂଆଁଖାଇ ପାଳନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ମା’ ସମଲେଶ୍ୱରୀ ମନ୍ଦିରକୁ ଯାଇ ଦର୍ଶନ କରିବା ସହ ସେଠାରେ ପ୍ରସାଦ ସେବନ କରିବେ। ପରବର୍ତ୍ତୀ ସମୟରେ ସମ୍ବଲପୁରରେ ଓଡ଼ିଶା ସାଂସ୍କୃତିକ ସମାଜ, ନନ୍ଦପଡାରେ ଚିତ୍ରୋତ୍ପଳା ଯୁବକ ସଂଘ ଏବଂ ମା’ ସମଲେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ସମଲେଶ୍ୱରୀ ଯୁବକ ସଂଘ ଦ୍ୱାରା ଆୟୋଜିତ ପୃଥକ ପୃଥକ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗ ଦେବେ।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories