www.samajalive.in
Saturday, December 6, 2025
23.1 C
Bhubaneswar

ଧର୍ମେନ୍ଦ୍ରଙ୍କୁ ମଧ୍ୟପ୍ରଦେଶ ନିର୍ବାଚନ ଦାୟିତ୍ୱ

ନୂଆଦିଲ୍ଲୀ : ବିଧାନସଭା ନିର୍ବାଚନ ହେବାକୁ ଥିବା ମଧ୍ୟପ୍ରଦେଶରେ ବିଜେପିର ନିର୍ବାଚନ ପରିଚାଳନା ପାଇଁ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ବିଧାନସଭା ନିର୍ବାଚନ ହେବାକୁ ଥିବା ଅନ୍ୟ ଦୁଇ ରାଜ୍ୟ ରାଜସ୍ଥାନ ଓ ତେଲଙ୍ଗାନା ପାଇଁ ଯଥାକ୍ରମେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାବଡେକର ଓ ଜେପି ନଡ୍ଡାଙ୍କୁ ଦାୟିତ୍ୱ ଦିଆଯାଇଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ବୁଧବାର ଏହି ନୂଆ ଦାୟିତ୍ୱ ସମ୍ପର୍କରେ ଘୋଷଣା କରିଛନ୍ତି। ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ବିଜେପି ସରକାର ଅଛି। ତେଲଙ୍ଗାନାରେ ଟିଆରଏସ୍‍ ସରକାର ଥିବାବେଳେ ଗତ ମାସରେ ସରକାରକୁ ଭାଙ୍ଗି ଦିଆଯାଇଛି। ଚଳିତବର୍ଷ ଶେଷ ଆଡକୁ ଏହି ତିନି ରାଜ୍ୟ ସହିତ ଛତିଶଗଡରେ ବିଧାନସଭା ନିର୍ବାଚନ ହେବ। ଅନ୍ୟପଟେ ତ୍ରୁଣମୂଳ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିବା ମୁକୁଳ ରାୟଙ୍କୁ ପଶ୍ଚିମବଙ୍ଗ ନିର୍ବାଚନ ପରିଚାଳନା କମିଟିର ଆବାହକ ଦାୟିତ୍ୱ ଦେଇଛନ୍ତି। ଅରବିନ୍ଦ ମେନନଙ୍କୁ ପଶ୍ଚିମବଙ୍ଗର ସହ ପ୍ରଭାରୀ ଓ କୈଳାସ ବିଜୟଭର୍ଗିୟାଙ୍କୁ ପଶ୍ଚିମବଙ୍ଗ ପ୍ରଭାରୀ ଭାବେ ନିଯୁକ୍ତି ଦିଆଯାଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories