www.samajalive.in
Sunday, December 7, 2025
13.1 C
Bhubaneswar

ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତିର ପ୍ରସାର ପାଇଁ ଅବସରଙ୍କ ଉଦ୍ୟମ ସର୍ବଦା ସ୍ମରଣୀୟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଭାରତର ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କର ବୁଧବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୮୦ ବର୍ଷ ବୟସରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଅବସର ବେଉରିଆଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟ୍ବିଟ୍‌ କରି ସେ ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

ଧର୍ମେନ୍ଦ୍ର ଲେଖିଛନ୍ତି, ‘‘ଭାରତର ପୂର୍ବତନ ରାଷ୍ଟ୍ରଦୂତ, ବିଶିଷ୍ଟ କୂଟନୀତିଜ୍ଞ ଏବଂ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥାର ଅଧ୍ୟକ୍ଷ ଅବସର ବେଉରିଆଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ନିକଟରେ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ ଉନ୍ମୋଚନ ସମୟରେ ତାଙ୍କ ସହ ମୋର ସାକ୍ଷାତ୍ ହୋଇଥିଲା । ଆଜି ତାଙ୍କ ନିଧନ ଖବରକୁ ମୁଁ ସହଜରେ ବିଶ୍ୱାସ କରିପାରୁନାହିଁ’’।

- Advertisement -

ସେ ଆହୁରି ଲେଖିଛନ୍ତି, ‘‘ସେ ଜଣେ ସ୍ନେହୀ ଓ ଅମାୟିକ ବ୍ୟକ୍ତିତ୍ୱ ସ୍ୱଭାବର ଥିଲେ। ଭାରତୀୟ ରାଷ୍ଟ୍ରଦୂତ ଭାବରେ ତାଙ୍କର କାର୍ଯ୍ୟ ଅକଳ୍ପନୀୟ ଥିଲା। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ତାଙ୍କର ଉଦ୍ୟମ ସବୁ ଦିନ ପାଇଁ ସ୍ମରଣୀୟ ହୋଇରହିବ। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି। ଓଁ ଶାନ୍ତି’’।


ସୂଚନାଯୋଗ୍ୟ, ରାତିରେ ଅବସରଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା । ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଥିଲେ । ସେଠାରେ ପରଲୋକ ହୋଇଥିବା ନେଇ ତାଙ୍କ ପତ୍ନୀ ତୃପ୍ତି ସୂଚନା ଦେଇଛନ୍ତି । ଅବସର ବେଉରିଆ ବିଭିନ୍ନ ସ୍ଥାନରେ ଥିବା ଭାରତୀୟ ଦୂତବାସରେ କାମ କରିଛନ୍ତି । ବିଭିନ୍ନ ଦେଶ ସହ ଦ୍ୱିପାକ୍ଷିକ ଆଲୋଚନା ବେଳେ ସେ ଭାରତୀୟ ପ୍ରତିନିଧି ଦଳ ସହ ସାମିଲ ହୋଇଥିଲେ । ଏହାସହ ଭାରତୀୟ ବିଦେଶ ସେବାରେ ଯୋଗ ଦେବା ପୂର୍ବରୁ ସେ ବ୍ୟାଙ୍କ ଅଧିକାରୀ, ଅଧ୍ୟାପକ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ଏଥିସହିତ ସେ ବିଭିନ୍ନ ସାମାଜିକ କାମରେ ମଧ୍ୟ ଜଡ଼ିତ ରହିଥିଲେ । ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories