www.samajalive.in
Monday, December 8, 2025
27.1 C
Bhubaneswar

ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମାଜ ଡିଜିଟାଲ ଡେସ୍କ: ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ସାକ୍ଷାତ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରବିବାର ପବିତ୍ର ରଥଯାତ୍ରା ଅବସରରେ ଗୋବର୍ଦ୍ଧନ ପୀଠରେ ସେ ଶଙ୍କରାଚାର୍ଯ୍ୟଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଆଜି ଭଳି ଦିନରେ ଗୁରୁଜୀଙ୍କୁ ଭେଟିବା ସୌଭାଗ୍ୟର କଥା ବୋଲି ସାକ୍ଷାତ ପରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଓଡ଼ିଶାର ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର ଓ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ଜଗତ୍‌ଗୁରୁଙ୍କ ଆଶୀର୍ବାଦ ନେଇଥିଲେ।

- Advertisement -

 

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories