www.samajalive.in
Sunday, December 14, 2025
23.1 C
Bhubaneswar

କେନ୍ଦ୍ର ଗୃହ ନିର୍ମାଣ ମନ୍ତ୍ରୀ ଖଟ୍ଟରଙ୍କୁ ଭେଟିଲେ ଧର୍ମେନ୍ଦ୍ର

ସମ୍ବଲପୁର: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ବଲପୁର ମହାନଗର ନିଗମ (ଏସଏମସି) ଓ  ଦେବଗଡ଼ ପୌରପାଳିକାକୁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ପ୍ରଦାନ କରିବା ସମ୍ପର୍କରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀଠାରେ କେନ୍ଦ୍ର ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲଙ୍କୁ ଭେଟି ଆଲୋଚନା କରିଛନ୍ତି । ଆଲୋଚନା କାଳରେ ପ୍ରଧାନ ଉଲ୍ଲେଖ କରିଥିଲେ, ଓଡ଼ିଶାର ସମ୍ବଲପୁର ଓ ଦେବଗଡ଼କୁ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପଞ୍ଚଦଶ ଅର୍ଥ କମିଶନରେ ପୌର ସଂସ୍ଥାକୁ ଦିଆଯାଉଥିବା ଅର୍ଥ ଦିଆଯାଇନାହିଁ । ସମ୍ବଲପୁର ଏବଂ ଦେବଗଡ଼ ଆର୍ଥିକ, ଶିକ୍ଷାଗତ,  ଶିଳ୍ପ ଏବଂ ସାଂସ୍କୃତିକ ଉନ୍ନତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି । ପଞ୍ଚଦଶ ଅର୍ଥ କମିଶନ ଅଧୀନରେ ‘ମୌଳିକ ଏବଂ ସଂଯୁକ୍ତ ଅନୁଦାନ’ ଏବଂ ‘ସ୍ୱାସ୍ଥ୍ୟ ଅନୁଦାନ’ ଏ ପର୍ଯ୍ୟନ୍ତ ନ ମିଳିବା ଯୋଗୁ ଅନେକ ବିକାଶମୂଳକ କାର୍ଯ୍ୟରେ ବାଧା ଉପୁଜିଛି।

ସେ କହିଛନ୍ତି, ସମ୍ବଲପୁର ଏବଂ ଦେବଗଡ଼ରେ ଏହି ମୌଳିକ ଅନୁଦାନ ରାଶି ଦ୍ୱାରା ପୌର ସଂସ୍ଥାରେ ରାସ୍ତା ଏବଂ ଡ୍ରେନେଜ୍ ଉନ୍ନତି, ପରିମଳ ଏବଂ ବର୍ଜ୍ୟବସ୍ତୁ ପରିଚାଳନା ସହଜ ହେବ । ସହରାଞ୍ଚଳ ସୌନ୍ଦର୍ଯ୍ୟକରଣ, ରାସ୍ତା ଆଲୋକୀକରଣ ଏବଂ ସ୍ୱାସ୍ଥ୍ୟସେବା ଭଳି ବିଭିନ୍ନ ନାଗରିକ ସେବା ଏବଂ ଭିତ୍ତିଭୂମି କାର୍ଯ୍ୟ ସୁଦୃଢ ହେବ । ଏହି ଅନୁଦାନ ପୌରସଂସ୍ଥାଗୁଡ଼ିକୁ ଅତ୍ୟାବଶ୍ୟକ ବିକାଶ କାର୍ଯ୍ୟ ଜାରି ରଖିବାରେ ସହାୟକ ହେବ । ଏହି ବିଷୟକୁ ଦୃଷ୍ଟିରେ ରଖି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ବଲପୁର ଓ ଦେବଗଡ଼ ୟୁଏଲବିକୁ ୧୫ଶ ଅର୍ଥ କମିଶନ ଅନୁଦାନର ସମୟସୀମା ମଧ୍ୟରେ ପ୍ରଦାନ କରିବା ପାଇଁ କେନ୍ଦ୍ର ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି ପ୍ରଧାନ।

- Advertisement -

ଏହା ବ୍ୟତୀତ ଆଲୋଚନା କାଳରେ ସମ୍ବଲପୁର ଏବଂ ଦେବଗଡ଼ରେ ଲୋକମାନଙ୍କୁ ସୁଲଭ ମୂଲ୍ୟରେ କିପରି ଘର ମିଳିପାରିବ, ପିଏମ ସ୍ୱନିଧି ଯୋଜନାରେ ଉଠା ଦୋକାନୀ କିଭଳି ସହଜରେ ଋଣ ପାଇବା ସହ ସ୍ୱାବଲମ୍ବୀ ହୋଇପାରିବେ, ଇ- ବସ ଚଳାଚଳକୁ ଅଧିକ ପ୍ରୋତ୍ସାହନ ମିଳିବା ସହ ସହରରେ ବର୍ଜ୍ୟବସ୍ତୁ ପରିଚାଳନା କିପରି ବ୍ୟବସ୍ଥିତ ଭାବରେ ହେବ, ସେ ଦିଗରେ ଉଭୟ ମନ୍ତ୍ରୀ ଆଲୋଚନା କରିଛନ୍ତି। ଏହା ଉପରେ ପଦକ୍ଷେପ ନେବା ପାଇଁ ଆଶ୍ୱସ୍ତ କରିଥିବାରୁ ପ୍ରଧାନ କେନ୍ଦ୍ର ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories