www.samajalive.in
Saturday, December 6, 2025
15.1 C
Bhubaneswar

ପ୍ରବାସୀ ଓଡିଆଙ୍କ ଜୀବନଜୀବିକା ପାଇଁ ପୁର୍ନବାର ‘ଶ୍ରମିକ ସ୍ପେଶାଲ୍‌ ଟ୍ରେନ୍’ ଚାଲୁ କରିବାକୁ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶ ଅର୍ଥନୀତିର ପୁନରୁଦ୍ଧାର ତଥା ପ୍ରବାସୀ ଓଡିଆ ଲୋକଙ୍କ ଜୀବନଜୀବିକାକୁ ଦୃଷ୍ଟିରେ ରଖି ଓଡିଶାରୁ ଗୁଜୁରାଟ, କର୍ଣ୍ଣାଟକ ଏବଂ ମହାରାଷ୍ଟ୍ର ଭଳି ରାଜ୍ୟକୁ ପୁର୍ନବାର ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚାଲୁ କରିବା ପାଇଁ କେନ୍ଦ୍ର ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଗଞ୍ଜାମ ଜିଲ୍ଲାରେ ବାସ କରୁଥିବା ଅନେକ ପ୍ରବାସୀ ଓଡିଆମାନେ ଗୁଜୁରାଟ ଏବଂ ଅନ୍ୟ ରାଜ୍ୟକୁ ରେଳ ସେବା ଚାଲୁ କରିବା ପାଇଁ ତାଙ୍କୁ ଅନୁରୋଧ କରିଛନ୍ତି। ଜୀବନଜୀବିକା ପାଇଁ ସୁଯୋଗର ଅଭାବ ଥିବା ଏବଂ ପୁଣି କାର୍ଯ୍ୟକ୍ଷେତ୍ରରେ ଯୋଗଦେବା ପାଇଁ ଯିବାରେ ଅସୁବିଧା ହେଉଥିବା ସେମାନେ ଦର୍ଶାଇଛନ୍ତି।
ଦେଶବ୍ୟାପୀ କୋଭିଡ୍ -୧୯ ତଥା ଲକ୍ ଡାଉନ ସମୟରେ ଗୁଜୁରାଟ, କର୍ଣ୍ଣାଟକ, ମହାରାଷ୍ଟ୍ର ଭଳି ରାଜ୍ୟରୁ ପ୍ରବାସୀମାନେ ଓଡିଶାକୁ ପ୍ରତ୍ୟାବର୍ତନ କରିଥିଲେ ଏବଂ ରେଳ ମନ୍ତ୍ରଣାଳୟର ସହଯୋଗ ଓ ଉଦ୍ୟମ କାରଣରୁ ଦେଶର କୋଣ ଅନୁକୋଣରୁ ହଜାର ହଜାର ‘ଶ୍ରମିକ ସ୍ପେଶାଲ୍ ଟ୍ରେନ୍’ ମାଧ୍ୟମରେ
ଘରକୁ ଫେରିପାରିଥିଲେ। ଏହି ଉଦ୍ୟମକୁ ସର୍ବତ୍ର ପ୍ରଶଂସା କରାଯାଇଥିଲା। ଦେଶସାରା ଲକ୍ ଡାଉନକୁ ପ୍ରତ୍ୟାହାର କରାଯାଉଥିବା ବେଳେ ଏବେ ଆମେ ସମସ୍ତେ ସ୍ୱଭାବିକ ସ୍ଥିତିକୁ ଫେରୁଛୁ। ଏହି ସମୟରେ ବାହାରେ କାମ କରୁଥିବା ଲୋକମାନଙ୍କ ପାଇଁ ପୁନର୍ବାର ରେଳସେବା ଆରମ୍ଭ ହେବାର ଆବଶ୍ୟକତା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories