www.samajalive.in
Saturday, December 6, 2025
14.1 C
Bhubaneswar

ଲକ୍ଷ୍ୟ ୧୦ ହଜାର ସିଏନଜି ଷ୍ଟେସନ ପ୍ରତିଷ୍ଠା, ୫ କୋଟି ପିଏନଜି ସଂଯୋଗ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଗାମୀ ୫ ରୁ ୭ ବର୍ଷ ମଧ୍ୟରେ ଦେଶରେ ୧୦ ହଜାର ସିଏନଜି ଷ୍ଟେସନ ପ୍ରତିଷ୍ଠା ଏବଂ ୫ କୋଟି ପିଏନଜି ସଂଯୋଗ ପାଇଁ ଭାରତ ସରକାର ଯୁଦ୍ଧକାଳୀନ ଭିତିରେ କାମ କରୁଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନି୍ସ ଜରିଆରେ ମହାରାଷ୍ଟ୍ର ପ୍ରାକୃତିକ ଗ୍ୟାସ କମ୍ପାନୀର ୫ଟି ଗ୍ୟାସ ଷ୍ଟେସନ ରାଷ୍ଟ୍ର ଉଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରକାଶ କରିଛନ୍ତି।

ଉଲ୍ଲେଖନୀୟ ଯେ ଏହି ୫ଟି ଗ୍ୟାସ ଷ୍ଟେସନର ଲୋକାର୍ପଣ ହେବା ଫଳରେ ଏମଏନଜିଏଲ୍ କମ୍ପାନୀର ସିଏନଜି ନେଟ୍ୱାର୍କ ୧୦୦ରେ ପହଞ୍ଚିଛି। ଏହି ଅବସରରେ ଶ୍ରୀ ପ୍ରଧାନ ଉପରୋକ୍ତ ଲକ୍ଷ୍ୟକୁ ହାସଲ କରିବା ପାଇଁ ସମସ୍ତ ସିଟି ଗ୍ୟାସ ବିତରଣ(ସିଜିଡି) ସଂସ୍ଥା ଏବଂ ତୈଳ ବିପଣନ କମ୍ପାନୀମାନେ ଅଧିକ ପରିଶ୍ରମ କରିବାକୁ ଆହ୍ୱାନ କରିଛନ୍ତି। ସେହିପରି ଏହି କାର୍ଯ୍ୟକ୍ରମରେ ମହାରାଷ୍ଟ୍ର ନାସିକର ପାଥରାଡ଼ି ଠାରେ ଏଲଏନଜି/ସିଏନଜିର କାର୍ଯ୍ୟର ଶୁଭାରମ୍ଭ କରିବା ସହ ନାସିକ୍ ଠାରେ ବସରେ ସିଏନଜି ଯୋଗାଣ, ପୁଣେ ଠାରେ ମୋବାଇଲ ରିଫ୍ୟୁଲିଂ ୟୁନିଟ(ଏମଆରୟୁ) ମାଧ୍ୟମରେ ସିଏନଜି ଯୋଗାଣର କାମ ଦିଆଯାଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।
ସେ କହିଛନ୍ତି ଯେ ଅଧିକ ସ୍ଥାୟୀ ଉର୍ଜା ବ୍ୟବହାର ପାଇଁ ୨୦୩୦ ସୁଦ୍ଧା ପ୍ରାଥମିକ ଉର୍ଜା ମିଶ୍ରଣରେ ପ୍ରାକୃତିକ ଗ୍ୟାସର ସେୟାର ୧୫ ପ୍ରତିଶତ ଲକ୍ଷ୍ୟ ହାସଲ କରିବାକୁ ଭାରତ ପ୍ରତିବଦ୍ଧ। ଏହା ସମ୍ଭବ ହେଲେ ପରିବେଶ ପ୍ରଦୂଷଣ ହ୍ରାସ ହେବ। ପ୍ରାକୃତିକ ଗ୍ୟାସର ଅଧିକ ବ୍ୟବହାର ଜୀବାଶ୍ମ ଇନ୍ଧନ ଉପରେ ନିର୍ଭରଶୀଳତାକୁ ହ୍ରାସ କରିବ। ଫଳରେ ଉର୍ଜା କ୍ଷେତ୍ରରେ ଦେଶର ଆମଦାନୀ ତଥା ଆମଦାନୀ ଉପରେ ନିର୍ଭରଶୀଳତା ହ୍ରାସ ଘଟିବ। ପ୍ରାକୃତିକ ଗ୍ୟାସ ବ୍ୟବହାର ପାଇଁ ସିଜିଡ଼ି କ୍ଷେତ୍ର ଏକ ପ୍ରମୁଖ ଶିଳ୍ପ ଭାବରେ ଉଭା ହୋଇଛି। ଘରୋଇ, ପରିବହନ, ବାଣିଜ୍ୟିକ ଏବଂ ଶିଳ୍ପ କ୍ଷେତ୍ରରେ ସିଜିଡ଼ି ନେଟୱାର୍କର ଅଧିକ ବ୍ୟବହାର ବୃଦ୍ଧି ହେତୁ ଚାହିଦା ଆଗାମୀ ଦିନରେ ବଢ଼ିବାକୁ ଯାଉଛି। ଆମର ଉର୍ଜା ବ୍ୟବହାରର ରୋଡମ୍ୟାପ୍ ଆଞଗନିର୍ଭର ହେବ ଏବଂ ବଡ ଆକାରରେ ରୋଜଗାର ସୃଷ୍ଟି କରିବ ବୋଲି ସେ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories