www.samajalive.in
Monday, December 15, 2025
26.1 C
Bhubaneswar

ଶିକ୍ଷକ-ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ- ଧର୍ମେନ୍ଦ୍ର

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ୱର ଏଫଏମ୍‍ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଘଟଣାରେ ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି । ଏଭଳି ଘଟଣା ଦୁର୍ଭାଗ୍ୟଜନକ, ଯେତେ ନିନ୍ଦା କଲେ ବି କମ୍‍ ହେବ । ଶିକ୍ଷକ-ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ ହୋଇଛି, ସାମ୍ନା କରିବାକୁ ପଡିବ । ଆଗକୁ ରାଜ୍ୟ ସକରାର ଆଇନ ଅନୁସାରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରିବେ । ବର୍ତ୍ତମାନ ରାଜନୀତି କରିବାର ବେଳେ ନୁହେଁ, ପୀଡିତାଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ଆମର ପ୍ରାଥମିକତା ।

ସେପଟେ ଛାତ୍ରୀଙ୍କ ଶରୀରର ୯୫ପ୍ରତିଶତ ପୋଡିଯାଇଥିବାରୁ ତାଙ୍କୁ ଏମ୍ସରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ଚିକିତ୍ସା ଜାରି ରଖିଛନ୍ତି । ତାଙ୍କ ଅବସ୍ଥା ଏବେ ବି ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସର ବିଶେଷଜ୍ଞଙ୍କ ମତାମତ ଲୋଡାଯାଇଛି । କିଡନୀ କାମ କରୁନଥିବାରୁ ପରିସ୍ରା ହେଉନି । ୯୮ପ୍ରତିଶତ ଅକ୍ସିଜେନ୍‍ ସପୋର୍ଟରେ ଅଛନ୍ତି ପୀଡିତା ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories