www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟ ସରକାର ଯଥାଶୀଘ୍ର ଏସଇବିସି ଓ ଓବିସିଙ୍କୁ ଚାକିରି ଏବଂ ଶିକ୍ଷା କ୍ଷେତ୍ରରେ ସମ୍ବିଧାନ ଅନୁମୋଦିତ ସ୍ଥାନ ସଂରକ୍ଷଣ ଦିଅନ୍ତୁ:ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟ ସରକାର ଯଥାଶୀଘ୍ର ଓଡ଼ିଶାର ବହୁସଂଖ୍ୟକ ସାମାଜ ତଥା ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ପଛୁଆ ବର୍ଗ (ଏସଇବିସି)ଙ୍କୁ ଶିକ୍ଷା କ୍ଷେତ୍ରରେ ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସିଙ୍କ ପାଇଁ ଉଭୟ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଖୁବ ଶୀଘ୍ର ସମ୍ବିଧାନ ଅନୁମୋଦିତ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ ଦେବା ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେହିପରି ମୋଦି ସରକାରରେ ଦେଶରେ ଆର୍ôଥକ ଅନଗ୍ରସର ସବର୍ଣ୍ଣଙ୍କ ପାଇଁ ଶିକ୍ଷା ଓ ନିଯୁକ୍ତିରେ ୧୦ ପ୍ରତିଶତର ସ୍ଥାନ ସଂରକ୍ଷଣ ହୋଇଥିବା ବେଳେ ଏହାକୁ ମଧ୍ୟ ଓଡ଼ିଶାରେ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସକରାତ୍ମକ ପଦକ୍ଷେପ ନେବେ ବୋଲି ଶ୍ରୀ ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି।
ଗୁରୁବାର ନୂଆଦିଲ୍ଲୀ ଠାରେ ସାମ୍ବାଦିକ ସମ୍ବିଳନୀ ଜରିଆରେ ପୁଣି ଥରେ ଏହି ଦୀର୍ଘଦିନର ଦାବିକୁ ଦୋହରାଇବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଜ୍ୟର ମୋଟ ଜନସଂଖ୍ୟାର ୫୪ ପ୍ରତିଶତ ହେଉଛନ୍ତି ଓବିସି ଓ ଏସଇବିସି ବର୍ଗ। ତେବେ ଏହି ବର୍ଗର ଲୋକମାନେ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ଥିବା ସୁଯୋଗରୁ ବଂଚିତ ହେବା କାରଣରୁ ସେମାନଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ହୋଇପାରିନାହିଁ। ଏଥିପାଇଁ ସେ ପୂର୍ବରୁ ତିନି ଥର ଅର୍ଥାତ୍ ଜୁଲାଇ ୨୫,୨୦୧୯, ଜାନୁଆରୀ ୧୫, ୨୦୨୦ ଏବଂ ଡିସେମ୍ବର ୩୧,୨୦୨୦ରେ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଦୀର୍ଘ ଦିନର ଦାବୀ ତଥା ଓବିସିଙ୍କୁ ଉଭୟ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଏବଂ ସାମାଜିକ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ ଏସ୍ଓବିସି ବର୍ଗଙ୍କୁ ଶିକ୍ଷା କ୍ଷେତ୍ରରେ ସ୍ଥାନ ସଂରକ୍ଷଣ ଦେବା ପାଇଁ ଅନୁରୋଧ କରିଛନ୍ତି । ଦେଶରେ ଦୀର୍ଘ ତିନି ଦଶନ୍ଧି ଧରି ଏହା ଲାଗୁ ହେଲା ପରେ ମଧ୍ୟ ଓଡିଶା ସରକାର କାହିଁକି ଏହି କ୍ଷେତ୍ରରେ ସଂରକ୍ଷଣ ଦେଉନାହାନ୍ତି ବୋଲି ଶ୍ରୀ ପ୍ରଧାନ ପ୍ରଶ୍ନ କରିଛନ୍ତି। ଦେଶର ଅନେକ ରାଜ୍ୟ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଅନ୍ୟୁନ ୨୭ ପ୍ରତିଶତ ସଂରକ୍ଷଣ ଲାଗୁ କରିଥିବା ବେଳେ କର୍ଣ୍ଣାଟକ, ତାମିଲନାଡୁ, କେରଳ ଓ ବିହାର ଆଦି ରାଜ୍ୟ ସେସବୁ ରାଜ୍ୟ ଗୁଡିକରେ ଏହି ଜାତି ଗୁଡିକର ଜନସଂଖ୍ୟାରେ ଅଧିକ ଭାଗ କାରଣରୁ ଅଧିକ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି। ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଏହି ଜାତିଙ୍କ ପାଇଁ ଅଧିକ ପ୍ରତିଶତ ସଂରକ୍ଷଣ ଦେବା ପାଇଁ କୌଣସି ପ୍ରତିବନ୍ଧକ ନାହିଁ। ଇନ୍ଦ୍ରା ସ୍ୱହନୀ ଓ ଭାରତ ସରକାରଙ୍କ କେସ୍ମା ମଲାରେ ସୁପ୍ରିମକୋର୍ଟ ବିଶେଷ ପରିସ୍ଥିତିରେ ସ୍ଥାନ ସଂରକ୍ଷଣ ନିଦ୍ଦିଷ୍ଟ ସୀମା ଠାରୁ ଅଧିକ ହୋଇପାରିବ ବୋଲି ରାୟ ପ୍ରକାଶ କରିଥିଲେ। ମହାରାଷ୍ଟ୍ରରେ ବିଜେପି ସରକାର ବା ଦେବେନ୍ଦ୍ର ଫର୍ଣ୍ଣାଡ଼ିସ କ୍ଷମତାରେ ଥିବା ବେଳେ ରାଜ୍ୟରେ ପଛୁଆ ଶ୍ରେଣୀର ଲୋକମାନଙ୍କ ପାଇଁ ଏପ୍ରକାର ବ୍ୟବସ୍ଥା କରାଯାଇଥିଲା। ଏହାକୁ ବମ୍ବେ ହାଇକୋର୍ଟ ବୈଧ ଭାବରେ ସାମ୍ବିଧାନିକ ଅନୁମତି ପ୍ରଦାନ କରିବା ସହ ରାଜ୍ୟ ସରକାରଙ୍କର ସୀମା ଉପରେ ବିଶେଷ କାରଣ ଯୋଗୁଁ ସଂରକ୍ଷଣ ବଢାଇବାର ଅଧିକାରକୁ ସମ୍ମତି ପ୍ରଦାନ କରିଥିଲେ।

ଓଡ଼ିଶାରେ ପାଖାପାଖି ୨୧୦ଟି ସମୁଦାୟକୁ ଏସଇବିସି ବର୍ଗରେ ଚିହ୍ନଟ କରାଯାଇଛି। ଯାହାର ବିଜ୍ଞପ୍ତି ୧୯୯୩ ମସିହାରୁ ଆରମ୍ଭ କରି ୨୦୧୭ ମସିହା ପର୍ଯ୍ୟନ୍ତ ପ୍ରକାଶିତ ହୋଇଛି । ଏହାର ଅର୍ଥ ସ୍ପଷ୍ଟ ଦିବାଲୋକରେ ସ୍ପଷ୍ଟ ଯେ ଓଡ଼ିଶା ସରକାରଙ୍କ ପାଖରେ ପଛୁଆ ବର୍ଗଙ୍କର ତାଲିକା ରହିଛି । ‘ଦାସେ ଆଇଲେ ମୂଳରୁ ଗା’ ନୀତିକୁ ଛାଡ଼ି ପଛୁଆ ବର୍ଗଙ୍କ ପାଇଁ ରାଜ୍ୟ ସରକାର ସ୍ଥାନ ସଂରକ୍ଷଣର ବ୍ୟବସ୍ଥା କରନ୍ତୁ। ସେ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ପାଖରେ ଗୋଟିଏ ଓବିସି ତାଲିକା ରହିଥିବା ବେଳେ ରାଜ୍ୟ ପାଖରେ ମଧ୍ୟ ଏସଇବିସି ତାଲିକା ରହିଛି। ରାଜ୍ୟ ସରକାର ନିଜସ୍ୱ ଏସଇବିସି ତାଲିକା ଏବଂ କେନ୍ଦ୍ରର ଓବିସି ତାଲିକାକୁ ନେଇପାରିବେ ଯାହା ଶିକ୍ଷା ଏବଂ ରୋଜଗାର କ୍ଷେତ୍ରରେ ସଂରକ୍ଷଣ ଯୋଗାଇବା ପାଇଁ ଉପଯୋଗୀ ହୋଇପାରିବ। ତେଣୁ ବହୁସଂଖ୍ୟକ ସମାଜକୁ ଏହି ସାମ୍ବିଧାନ ଅଧିକାର ପାଇବାରୁ ବଂଚିତ କରାନଯାଉ। ସମ୍ବିଧାନର ଧାରା ୧୫(୪) ଓ ୧୬(୪) ଅଧୀନରେ ଓବିସି ବର୍ଗଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣର ବ୍ୟବସ୍ଥା ଥିଲେ ମଧ୍ୟ ଓଡିଶା ସରକାର ସଂରକ୍ଷଣ ବ୍ୟବସ୍ଥା କରୁନାହାନ୍ତି। ଏହା ରାଜନୈତିକ ପ୍ରସଙ୍ଗ ନୁହେଁ, ସାମାଜିକ, ସାମାଜିକ ନ୍ୟାୟ, ସାମାଜିକ ସଶକ୍ତିକରଣ ଓ ସାମାଜିକ ସମରସତାର ପ୍ରସଙ୍ଗ। ତେଣୁ ମୁଖ୍ୟମନ୍ତ୍ରୀ ରାଜନୈତିକ ବାଦବିବାଦରୁ ବାହାରକୁ ଯାଇ ଏସଇବିସି ଓ ଓବିସି ବର୍ଗଙ୍କ ପାଇଁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉପଯୁକ୍ତ ସାମ୍ବିଧାନିକ ଅଧିକାର ପ୍ରଦାନ କରନ୍ତୁ। ଏହା ଦ୍ୱାରା ସମାଜରେ ସାମାଜିକ ଓ ଆର୍ଥିକ ବୈଷମ୍ୟତା ଦୂର ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories