www.samajalive.in
Sunday, December 7, 2025
23.1 C
Bhubaneswar

ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କ ଉପରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଚିନ୍ତାଜନକ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚାର ବିଧାନସଭା ଘେରାଉ ସମୟରେ ପୁଲିସର ମାତ୍ରାଧିକ ଓ ଏକପାଖିଆ କାର୍ଯ୍ୟାନୁଷ୍ଠାନକୁ କଠୋର ଭାଷାରେ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସେ ଟ୍ୱିଟ୍ କରିଛନ୍ତି ଯେ, ଗତକାଲି ଆମ ଦଳର ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଧାନସଭା ଘେରାଉ କାର୍ଯ୍ୟକ୍ରମ ଥିବା ସମୟରେ ପୁଲିସ ଯେଉଁଭଳି ଭାବରେ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି, ତାକୁ ମୁଁ କଠୋର ଭାଷାରେ ନିନ୍ଦା କରୁଛି। ଗଣତନ୍ତ୍ରରେ ପ୍ରତିବାଦ କରିବାର ଅଧିକାର ସମସ୍ତଙ୍କର ଅଛି। ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ହେଉଛନ୍ତି ଏକ ରାଜନୈତିକ ଦଳର କାର୍ଯ୍ୟକର୍ତ୍ତା। ମାତ୍ର ପୁଲିସ ସେମାନଙ୍କୁ ରାଜନୈତିକ କାର୍ଯ୍ୟକର୍ତ୍ତା ଭାବରେ ନୁହେଁ ବରଂ ଅପରାଧୀ ଭାବରେ ଅମାନୁଷିକ ଭାବେ ଆକ୍ରମଣ କରିଛି, ତାହା ଚିନ୍ତାଜନକ।

- Advertisement -

ଓଡ଼ିଶାର ପୁଲିସ ପ୍ରଶାସନ ଶାସକ ଦଳର ହିତରେ କାର୍ଯ୍ୟ କରିବା ପାଇଁ ନୁହେଁ ବରଂ ସାଢେ ୪ କୋଟି ଓଡ଼ିଆଙ୍କ ସୁରକ୍ଷାରେ ନିୟୋଜିତ ଅଛନ୍ତି। କିଛି ପୁଲିସ ଅଧିକାରୀ ଯେଉଁଭଳି ଭାବେ ଏକପାଖିଆ ନିଷ୍ପତ୍ତି ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି, ଏହା ଗଣତନ୍ତ୍ର ପାଇଁ ଶୋଭନୀୟ ନୁହେଁ ବୋଲି ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories