www.samajalive.in
Saturday, December 6, 2025
19.1 C
Bhubaneswar

ନୂଆଦିଲ୍ଲୀ ହଜଖାସ୍ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 

ସମ୍ବଲପୁର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏନଡିଏର ତୃତୀୟ ପାଳି ସରକାରରେ ଶପଥ ଗ୍ରହଣ କରିବା ପରେ ସୋମବାର ସମ୍ବଲପୁର ସାଂସଦ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସପରିବାର ନୂଆଦିଲ୍ଲୀସ୍ଥିତ ହଜଖାସ୍ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ କରିଛନ୍ତି । ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଦେଶର ଦାୟିତ୍ୱ ପୁଣି ଥରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ହାତରେ ରହିଛି । ଓଡ଼ିଶା ସମେତ ସମଗ୍ର ଭାରତ ବର୍ଷରେ ପ୍ରଗତିର ଗତିକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉପରେ ଲୋକମାନେ ଭରସା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ମୋ ଉପରେ ଆସ୍ଥା ପ୍ରକଟ କରି କ୍ୟାବିନେଟରେ ସାମିଲ କରିଥିବାରୁ ସାଢେ ୪ କୋଟି ଓଡ଼ିଆ ଲୋକଙ୍କ ତରଫରୁ ତାଙ୍କୁ କୃତଜ୍ଞତା ଜ୍ଞାପନ କରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ସମଲେଶ୍ୱରୀଙ୍କ ଆଶୀର୍ବାଦରୁ ମୋଦୀ ସରକାରରେ ଜଣେ ସହଯୋଗୀ ଭାବରେ ଓଡ଼ିଶା ସମେତ ଦେଶବାସୀଙ୍କ ସେବା କରିବା ପାଇଁ ପୁଣି ଥରେ ସୁଯୋଗ ମିଳିବା ମୋ ପାଇଁ ସୌଭାଗ୍ୟର ବିଷୟ । ୨୦୪୭ ସୁଦ୍ଧା ଭାରତକୁ ‘ବିକଶିତ ଭାରତ’ରେ ପରିଣତ କରିବା ପାଇଁ ଆଜିଠାରୁ କାମ ଆରମ୍ଭ ହୋଇଛି । ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ କଲ୍ୟାଣ କାମନା କରୁଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

 

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories