www.samajalive.in
Wednesday, December 10, 2025
26.1 C
Bhubaneswar

ଭୁବନେଶ୍ୱର କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଦାୟିତ୍ୱ ଏଏସଆଇକୁ ଦିଆଯାଉ – ଧର୍ମେନ୍ଦ୍ର ପ୍ରଧାନ

• ଏଏସଆଇର ମନ୍ଦିର ସୁରକ୍ଷା ଏବଂ ବିକାଶ ଯୋଜନାରେ କପିଳେଶ୍ୱର ମନ୍ଦିରକୁ ଅନ୍ତର୍ଭୃକ୍ତ କରିବା ପାଇଁ ବିଭାଗୀୟ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ଅନୁରୋଧ
• ସହରୀକରଣ, ପ୍ରଦୂଷଣ ସମସ୍ୟା ପାଇଁ ମନ୍ଦିରଟି ଆଜି ଅବହେଳିତ ଅବସ୍ଥାରେ ଅଛି
• ରକ୍ଷଣାବେକ୍ଷଣ ଏବଂ ସଂରକ୍ଷଣ ଅଭାବ କାରଣରୁ ମନ୍ଦିରର ଢାଞ୍ଚା ଅବକ୍ଷୟ ହେଉଛି

ଭୁବନେଶ୍ୱର:ଭୁବନେଶ୍ୱର ସ୍ଥିତ କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଏବଂ ଉନ୍ନତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ ବା ଏଏସଆଇକୁ ଦାୟିତ୍ୱ ନେବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରାୟ ସପ୍ତମ ଶତାବ୍ଦୀର ଏହି ପୁରାତନ ମନ୍ଦିର ସୁନ୍ଦର ଐତିହ୍ୟ, କୀର୍ତ୍ତିରାଜି ଏବଂ ଚିତ୍ରକଳା ପାଇଁ ପ୍ରସିଦ୍ଧ।

- Advertisement -

ଏହି ଶୈବପୀଠ ପ୍ରମୁଖ ତୀର୍ଥସ୍ଥଳୀ ମଧ୍ୟରୁ ଅନ୍ୟତମ। ମାତ୍ର ସହରୀକରଣ, ପ୍ରଦୂଷଣ ସମସ୍ୟା ପାଇଁ ମନ୍ଦିରଟି ଆଜି ଅବହେଳିତ। ମନ୍ଦିର ଚତୁପାର୍ଶ୍ୱ ଜବରଦଖଲ ହୋଇଥିବା ବେଳେ ସେଠାରେ ଆବର୍ଜନା ଏବଂ ଡ୍ରେନ ସମସ୍ୟା ଚିନ୍ତାର କାରଣ ହୋଇଛି। ରକ୍ଷଣାବେକ୍ଷଣ ଏବଂ ସଂରକ୍ଷଣ ଅଭାବ କାରଣରୁ ମନ୍ଦିରର ଢାଞ୍ଚା ଅବକ୍ଷୟ ହୋଇଚାଲିଛି। ଜଳବାୟୁ ପରିବର୍ତ୍ତନ ଯୋଗୁଁ ମନ୍ଦିରର କୀର୍ତ୍ତିରାଜି ନଷ୍ଟ ହେଉଛି। ଏହାବ୍ୟତିତ ଧ୍ୱନୀ ପ୍ରଦୂଷଣ ଓ ବିଶୃଙ୍ଖଳା ଯୋଗୁଁ ମନ୍ଦିର ପ୍ରାଙ୍ଗଣର ପବିତ୍ରତା କ୍ଷୟ ହେବାକୁ ଲାଗିଛି।

ଏହାକୁ ଦୃଷ୍ଟିରେ ରଖି ଏଏସଆଇକୁ ମନ୍ଦିର ସୁରକ୍ଷା ଏବଂ ବିକାଶ ଯୋଜନାରେ କପିଳେଶ୍ୱର ମନ୍ଦିରକୁ ଅନ୍ତର୍ଭୃକ୍ତ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ଶ୍ରୀ ପ୍ରଧାନ ବିଭାଗୀୟ ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି। ଏହି ପ୍ରାଚୀନ ମନ୍ଦିରକୁ ସୁରକ୍ଷିତ ରଖିବା ପାଇଁ ଏଏସଆଇ ଆବଶ୍ୟକ ପଦକ୍ଷେପ ନେବା ସହ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ରହିଛି। କପିଳେଶ୍ୱର ମନ୍ଦିର ଏକ ଧାର୍ମିକ ସ୍ଥଳୀ ନୁହେଁ ବରଂ ଜାତୀୟ ସମ୍ପତ୍ତି। ଏଏସଆଇ ଦ୍ୱାରା ମନ୍ଦିରର ସଂରକ୍ଷିତ ସୁନିଶ୍ଚିତ କରାଯାଉ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories