www.samajalive.in
Monday, December 8, 2025
24.1 C
Bhubaneswar

ଆସନ୍ତା ୧୯ରୁ ଦେଶବ୍ୟାପୀ ‘ଜନ ଆଶୀର୍ବାଦ ଯାତ୍ରା’, ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଏବଂ  ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର:‘ସବ୍କା ସାଥ୍, ସବ୍କା ବିକାଶ, ସବ୍କା ବିଶ୍ୱାସ’କୁ ପାଥେୟ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ନିଜ ମନ୍ତ୍ରୀମଣ୍ଡଳର ସଂପ୍ରସାରଣ କରିଛନ୍ତି। ବର୍ତମାନ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସମସ୍ତ ରାଜ୍ୟର ପ୍ରତିନିଧି ଓ ସମସ୍ତ ସଂପ୍ରଦାୟର ପ୍ରତିନିଧି ସ୍ଥାନ ପାଇଛନ୍ତି। ନୂତନ ଭାବେ ଦାୟୀତ୍ୱ ଗ୍ରହଣ କରିଥିବା ସମସ୍ତ କେନ୍ଦ୍ରମନ୍ତ୍ରୀମାନେ ଦେଶର ପ୍ରାୟ ୨୧୨ଟି ସଂସଦୀୟ କ୍ଷେତ୍ରକୁ ଯାଇ ଜନ ଆଶୀର୍ବାଦ ଲୋଡିବେ। ଏହି ଜନ ଆଶୀର୍ବାଦ ଯାତ୍ରା ୧୪୨ ଦିନ ଯାଏଁ ଚାଲିବ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀମାନେ ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସଂପର୍କରେ ସାଧାରଣ ଲୋକଙ୍କୁ ଅବଗତ ମଧ୍ୟ କରିବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇ କହିଛନ୍ତି।
ଜନ ଆଶୀର୍ବାଦ ଯାତ୍ରା ଅବସରରେ ଓଡିଶାକୁ ୨ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ  ଅଶ୍ୱିନୀ ବୈଷ୍ଣବ ଆସନ୍ତା ୧୯ ତାରିଖ ଦିନ ୩ ଦିନିଆ ଗସ୍ତରେ ଆସୁଛନ୍ତି। ୧୯ ତାରିଖ ସକାଳେ ଉଭୟ ମନ୍ତ୍ରୀ ଭୂବନେଶ୍ୱରଠାରେ ପହଂଚିବା ପରେ ସିଧାସଳଖ ପୁରୀ ଗସ୍ତ କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବେ। ଏହା ପରେ ଭୂବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେବେ। କେନ୍ଦ୍ରମନ୍ତ୍ରୀ  ଅଶ୍ୱନୀ ବୈଷ୍ଣବ ୧୯ ତାରିଖ ସଂଧ୍ୟାରେ ରେଳ ଯୋଗେ ରାୟଗଡା ଗସ୍ତ କରିବେ। ୨୦ ତାରିଖ ସକାଳୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ନବ କୋରାପୁଟ ଗସ୍ତ କରି ରାତ୍ରଯାପନ କରିବେ। ୨୧ ତାରିଖରେ ଜୟପୁର, ନବରଙ୍ଗପୁର ଦେଇ ଗସ୍ତ କରି ଭବାନୀପାଟଣାରେ ରାତ୍ରଯାପନ କରିବେ। ୨୨ ତାରିଖ ଦିନ ଶ୍ରୀ ବୈଷ୍ନବ କେସିଙ୍ଗା, ଟିଟିଲାଗଡ, କଂଟାବାଜୀ, ପାଟଣାଗଡ ଦେଇ ବଲାଙ୍ଗୀରଠାରେ ପହଂଚିବେ। ୨୨ ତାରିଖ ସଂଧ୍ୟାରେ ଶ୍ରୀ ବୈଷ୍ନବ ବଲାଙ୍ଗୀରରୁ ଭୂବନେଶ୍ୱର ଫେରି ଆସି ଦିଲ୍ଲୀ ପ୍ରତ୍ୟାବର୍ତନକରିବେ। ଏହି ଜନ ଆଶୀର୍ବାଦ ଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ନବ ୭ଟି ଜିଲ୍ଲା, ୬ଟି ଲୋକସଭା ଅଂଚଳରେ ୧୧୫ଟି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ସଭା ଓ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଶ୍ରୀ ମହାପାତ୍ର ସୁଚନା ଦେଇ କହିଛନ୍ତି।
ସେହିପରି ଅନ୍ୟତମ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୂବନେଶ୍ୱର, ଖୋର୍ଦ୍ଧା, କଟକ ଜିଲ୍ଲାର ବିଭିନ୍ନ ସ୍ଥାନ ଗସ୍ତ କରିବେ। ଅନ୍ୟତମ କେନ୍ଦ୍ରମନ୍ତ୍ରୀ ଶ୍ରୀ ବିଶେଶ୍ୱର ଟୁଡୁ ଅସୁସ୍ଥ ଥିବା କାରଣରୁ ତାଙ୍କ କାର୍ଯ୍ୟକ୍ରମ ସ୍ଥିର ହୋଇନାହିଁ। କେନ୍ଦ୍ରମନ୍ତ୍ରୀଙ୍କ ଓଡିଶା ଗସ୍ତ କାର୍ଯ୍ୟକୁ ସୁପରିଚାଳିତ କରିବା ପାଇଁ ଏକ ଟିମ୍ ଗଠନ କରାଯାଇଛି। ଏହି ଟିମରେ ରାଜ୍ୟ ସାଧାରଣ ସଂପାଦକ ତଥା ପୂର୍ବତନ ବିଧାୟକ ରବି ନାଏକ, ଡ.ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ସଂପାଦକ ସୀମାଂଚଳ ଖଟେଇ ପ୍ରମୁଖ ଅଛନ୍ତି ବୋଲି ଶ୍ରୀ ମହାପାତ୍ର ସୁଚନା ଦେଇଛନ୍ତି। ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ଏବଂ ସୁଜିତ୍ କୁମାର ଦାସ୍ ଉପସ୍ଥିତ ଥିଲେ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories