ଦନ୍ତାର ମୃତଦେହ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ

ଢେଙ୍କାନାଳ : ଏକ ଦନ୍ତା ହାତୀର ମୃତଦେହ ଠାବ ହୋଇଛି। ସଦର ରେଞ୍ଜ ଓସ୍ତପାଳ ଗାଁ ନିକଟରେ ଦନ୍ତାହାତୀର ମୃତଦେହ ପଡ଼ିଥିବା ଦେଖାଦେଇଛି। ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନବିଭାଗ ଅଧିକାରୀ ସୂଚନା ଦେଇଛନ୍ତି।
ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ ଓସ୍ତପାଳ ଗାଁ ନିକଟରେ ରବିବାର ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ମୃତ ହାତୀକୁ ପ୍ରାୟ ୨୦ ବର୍ଷ ହୋଇଥିବ ବୋଲି ଅନୁମାନ କରାଯାଉଛି।

prayash

ଆଜି ସକାଳେ ଦନ୍ତାହାତୀର ମୃତଦେହ ପଡ଼ିଥିବା ଦେଖି ଓସ୍ତପାଳ ଗ୍ରାମବାସୀ ବନବିଭାଗକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଟିମ ପହଞ୍ଚି ତଦନ୍ତ କରିଛି। ଖାଦ୍ୟ ବିଷକ୍ରିୟା ଯୋଗୁ ଦନ୍ତାହାତୀର ମୃତ୍ୟୁ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ତେବେ ବ୍ୟବଚ୍ଛେଦ ପରେ ହାତୀର ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନବିଭାଗ ପକ୍ଷରୁ ସୁଚନା ଦିଆଯାଇଛି।

kalyan agarbati

Comments are closed.