www.samajalive.in
Monday, December 8, 2025
24.1 C
Bhubaneswar

ପ୍ରସ୍ତାବିତ ବିୟର ପ୍ୟାକ୍ଟ୍ରି ବାତିଲ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଓଡ଼ପଡ଼ା ବ୍ଲକ ବଳରାମପୁର ନିକଟସ୍ଥ ଜଙ୍ଗଲରେ ବିୟର ପ୍ୟାକ୍ଟ୍ରି ସ୍ଥାପନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବାତିଲ କରି ଦେଇଛନ୍ତି । ଏହା ସହ ବିୟର ପ୍ୟାକ୍ଟ୍ରି ପ୍ରକଳ୍ପ ଅନ୍ୟତ୍ର ସ୍ଥାନାନ୍ତରିତ କରିବା ପାଇଁ ଏବଂ ଗଛ କଟା ଯାଇଥିବା ସ୍ଥାନରେ ବୃକ୍ଷରୋପଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।

ସୂଚନଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଭିଡିଓ କନଫରେନସିଂ ମାଧ୍ୟମରେ ଭିତ୍ତି ପ୍ରସ୍ତର ସ୍ଥାପନ ​‌ହୋଇଥିବା ବିୟର ପ୍ୟାକ୍ଟ୍ରିର ଜମି ଆବଣ୍ଟନ ବେଳେ ପ୍ରଶାସନର ଉପସ୍ଥିତିରେ ଶହ ଶହ ଗଛ କଟା ହୋଇଥିଲା। ଏହାକୁ ସ୍ଥାନୀୟ ଲୋକ ବିରୋଧ କରିବା ପରେ ଗଛ କଟା ବନ୍ଦ କରିବାକୁ ରବିବାର ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ । ଏଥିସହ ଆରଡିସିଙ୍କୁ ଘଟଣାର ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଥିଲେ । ଆରଡିସିଙ୍କ ରିପୋର୍ଟ ଆଧାରରେ ବିୟର ପ୍ୟାକ୍ଟ୍ରି ପ୍ରକଳ୍ପ ବାତିଲ କରାଯାଇଛି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories