www.samajalive.in
Sunday, December 7, 2025
23.1 C
Bhubaneswar

ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ; ବିଜେଡିର କେଶବ ବିଜୟୀ 

ଢେଙ୍କାନାଳ ସଦର : ଢେଙ୍କାନାଳ ଜିଲା ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନରେ ଶାସକ ବିଜୁ ଜନତା ଦଳ ବାଜିମାତ କରିଛନ୍ତି । ବିଜେଡିର ନଗରପାଳ ପ୍ରାର୍ଥୀ କେଶବ ପ୍ରଧାନ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦି ବିଜେପି ପ୍ରାର୍ଥୀନୀ ଶୋଭାଗୀନି ପ୍ରଧାନଙ୍କୁ ୪୨୪ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି । ବିଜେଡି ପ୍ରାଥୀ କେଶବ ପ୍ରଧାନ ୪୩୪୭ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀନୀ ଶୋଭାଗୀନି ପ୍ରଧାନ ୩୯୨୩ ଖଣ୍ଡ ଭୋଟ ପାଇଛନ୍ତି । କଂଗ୍ରେସ ପ୍ରାର୍ଥୀନୀ ରିତା ପଲେଇ ମାତ୍ର ୨୧୯ ଖଣ୍ଡ ଭୋଟ ପାଇଛନ୍ତି । ନୋଟାରେ ୧୫୧ ଖଣ୍ଡ ଭୋଟ ପଡିଛି । ଢେଙ୍କାନାଳ ଜିଲା ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦର ୧୬ ଗୋଟି ୱାର୍ଡ ଏବଂ ନଗରପାଳ ପଦବୀ ପାଇଁ ଗତ ୩ ତାରିଖରେ ଭୋଟ ଗ୍ରହଣ ହୋଇଥିଲା । ୧୧ ଟି ୱାର୍ଡ ରେ ବିଜେଡି ଏବଂ ୫ ଟି ୱାର୍ଡରେ ବିଜେପିର ପାରିଷଦ ପ୍ରାର୍ଥୀ ବିଜୟୀ ହୋଇଥିବା ଜଣାପଡିଛି । ୫,୬, ୯,୧୨ଏବଂ ୧୩ ନମ୍ବର ୱାର୍ଡ ରେ ବିଜେପି ପ୍ରାର୍ଥୀ ଜିତି ଥିବା ବେଳେ ଅନ୍ୟ ସବୁ ୱାର୍ଡରେ ବିଜେଡି ବିଜୟ ଲାଭ କରିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories