www.samajalive.in
Friday, December 5, 2025
23.1 C
Bhubaneswar

ମେରାମଣ୍ଡଳୀ ଟାଟା ଷ୍ଟିଲ ପ୍ଲାଣ୍ଟରେ ଅଘଟଣ; ଷ୍ଟିମ୍‌ ପାଇପ୍‌ ଫାଟି ୧୯ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲା ମେରାମଣ୍ଡଳୀ ସ୍ଥିତ ଟାଟା ଷ୍ଟିଲ ପ୍ଲାଣ୍ଟରେ ମଙ୍ଗଳବାର ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଫେଜ୍‌ ୨ର ବିଏପିପି-୨ ପାୱାରପ୍ଲାଣ୍ଟରେ ଷ୍ଟିମ୍‌ ପାଇପ୍‌ ଲାଇନ୍‌ ବିସ୍ଫୋରଣ ଘଟି ୧୯ ଜଣ କର୍ମଚାରୀ ଗୁରୁତର ହୋଇଥିବା ସୂଚନା ମିଳିଛି। ଷ୍ଟିମ୍‌ ପାଇପ୍‌ ଫାଟିଯିବାରୁ କର୍ମଚାରୀମାନେ ଗରମ ପାଣିରେ ପୋଡ଼ି ଯାଇଛନ୍ତି। ଶ୍ରମିକମାନଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଟାଟା ଷ୍ଟିଲ ଫାଷ୍ଟ ଏଡ୍‌ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ କଟକର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ୧୯ ଜଣଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଅପରପକ୍ଷେ, କାରଖାନାକୁ ସିଲ୍‌ କରାଯାଇ ଘଟଣାର ତଦନ୍ତ ଚାଲିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories