www.samajalive.in
Saturday, December 6, 2025
23.1 C
Bhubaneswar

ତେଲ ଟ୍ୟାଙ୍କର ଧକ୍କାରେ ସ୍ୱାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ଢେଙ୍କାନାଳ : ଢେଙ୍କାନାଳର ଆନନ୍ଦନଗର ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବାଇକ୍‌କୁ ପିଟିଛି ତେଲ ଟ୍ୟାଙ୍କର । ବାଇକ୍‌ରେ ଦମ୍ପତି ସେମାନଙ୍କ ଶିଶୁ ସହ ଯାଉଥିବା ବେଳେ ତେଲ ଟ୍ୟାଙ୍କର ଧକ୍କା ଦେଇଛି । ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଗୁରୁତର ହୋଇଛନ୍ତି । ଅଳ୍ପକେ ବର୍ତ୍ତି ଯାଇଛି ଦେଢ ବର୍ଷର ଶିଶୁ । ଗୁରୁତର ସ୍ୱାମୀଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ୟାଙ୍କର ଚାଳକକୁ ଅଟକ ରଖି ତଦନ୍ତ କରୁଛି । କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି ବୋଲି ସୂଚନା ମିଳିଛି ।

https://samajalive.in/woman-husband-video/660718.html

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories