www.samajalive.in
Saturday, December 6, 2025
14.1 C
Bhubaneswar

ଗାଧୋଇବାକୁ ଯାଇ ପୋଖରୀରେ ବୁଡି ୨ ଭାଇ ମୃତ

କାମାକ୍ଷାନଗର : ପୋଖରୀରେ ବୁଡି ଚାଲିଗଲା ୨ ଭାଇଙ୍କ ଜୀବନ । ଏଭଳି ଅଘଟଣ ଗୁରୁବାର ଢେଙ୍କାନାଳ ଜିଲା ଏକତାଳି ଗାଁରେ ଘଟିଛି । ଉଭୟ ସମ୍ପର୍କରେ ଭାଇ ହୋଇଥିବା ବେଳେ ସେମାନଙ୍କ ବୟସ ୭ ଓ ୮ ବର୍ଷ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଆଜି ବଡଓଷା ଥିବାରୁ ମନ୍ଦିର ଯିବା ପାଇଁ ୨ ଭାଇ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ସମୟରେ ଗୋଡ ଖସିଯିବାରୁ ପାଣିରେ ବୁଡି ଯାଇଥିଲେ । ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ପାଇନଥିଲେ । ପରେ ଉଭୟଙ୍କୁ ପୋଖରୀରୁ ଉଦ୍ଧାର କରାଯାଇ ମେଡିକାଲ ନିଆଯାଇଥିଲା । ମାତ୍ର ଡାକ୍ତର ମୃତ ଘୋଷଣା କରିଥିଲେ । ଏହି ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

ଭୁବନେଶ୍ୱର ଓୟୁଏଟିରେ ଜଣ୍ଡିସ୍‌ ବ୍ୟାପିବା ପ୍ରସଙ୍ଗ; ଓୟୁଏଟିକୁ ଟିମ୍‌ ପଠାଇଲା ୱାଟକୋ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories